ଧର୍ମେନ୍ଦ୍ରଙ୍କୁ ପୁଣି ପେଟ୍ରୋଲିୟମ ବିଭାଗ ଦାୟିତ୍ୱ; ପ୍ରତାପଙ୍କୁ ମିଳିଲା ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ବିଭାଗ

ନୂଆଦିଲ୍ଲୀ,୩୧।୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ) ବିପୁଳ ବିଜୟ ସହ କେନ୍ଦ୍ରରେ ସରକାର ଗଢ଼ିଛି। ଗୁରୁବାର ମୋଦି ସରକାରଙ୍କ ନୂତନ ମନ୍ତ୍ରିମଣ୍ଡଳ ଶପଥଗ୍ରହଣ କରିବା ପରେ ଶୁକ୍ରବାର ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗର ଦାୟିତ୍ୱ ବଣ୍ଟନ କରାଯାଇଛି। ତେବେ ମୋଦିଙ୍କ ଦ୍ୱିତୀୟ ପାଳିରେ ପୁଣି ଥରେ କେନ୍ଦ୍ରମନ୍ତ୍ରୀ ହେବାର ସୁଯୋଗ ପାଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁନର୍ବାର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ  ସହ ଇସ୍ପାତ ବିଭାଗ ମିଳିିଛି। ସେହିଭଳି ରାଷ୍ଟ୍ରପାହ୍ୟା ମନ୍ତ୍ରୀ ଭାବେ ବାଲେଶ୍ୱର ଲୋକ ସଭା ଆସନରୁ ପ୍ରଥମ ଥର ଏମ୍‌ପି ହୋଇଥିବା ପ୍ରତାପ ଷଡ଼ଙ୍ଗୀଙ୍କୁ ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ ଓ ମତ୍ସ୍ୟ  ବିଭାଗ ମିଳିଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ମୋଦି ସରକାରଙ୍କ ପ୍ରଥମ ପାଳିରେ ଧର୍ମେନ୍ଦ୍ର ପେଟ୍ରୋଲିୟମ, ଦକ୍ଷତା ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନିର୍ବାହ କରିଥିଲେ। ଉଜ୍ଜ୍ୱଳା ଯୋଜନାକୁ ସଫଳ କରିବାରେ ସେ ବଡ଼ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସମୟରେ କ୍ୟାବିନେଟ ପାହ୍ୟାକୁ ଯାଇଥିଲେ। ସେହିଭଳି ପ୍ରତାପ ଆର୍‌ଏସ୍‌ଏସ୍‌ ସହ ଜଡିତ ଥିବା ବେଳେ ନିଜର ସରଳ ଜୀବନଯାପନ ଶୈଳୀକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ସେ ଏମ୍‌ପି ହେବା ପରେ ମନ୍ତ୍ରୀପଦ ପାଇବା ନେଇ ଚର୍ଚ୍ଚା ହୋଇ ଆସୁଥିଲା।

ଓଡ଼ିଶାରୁ ୮ଜଣ ଏମ୍‌ପି ଲୋକ ସଭାକୁ ନିର୍ବାଚିତ ହୋଇଥିବା ବେଳେ ମୋଦି କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି ୨ ଜଣ। ଧର୍ମେନ୍ଦ୍ର ପୁର୍ବ ଭଳି ନିଜ ସ୍ଥାନ ବଜାୟ ରଖିବାରେ ସଫଳ ହୋଇଥିବା ବେଳେ ନିଜର ସାଧାସିଧା ଜୀବନଶୈଳୀକୁ ନେଇ ଲୋକପ୍ରିୟ ହୋଇଥିବା ପ୍ରତାପଙ୍କୁ ସୁଯୋଗ ଦିଆଯାଇଛି। ତେବେ ପୂର୍ବ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଜୁଏଲ ଓରାମଙ୍କୁ ନିରାଶ ହେବାକୁ ପଡ଼ିଛି। ସେହିଭଳି ଭୁବନେଶ୍ୱର ଲୋକ ସଭା ଆସନରୁ ଚଳିତ ନିର୍ବାଚନରେ ବାଜିମାତ କରିଥିବା ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ମାତ୍ର ତାହା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହିତ ଖେଳିବାକୁ ପାକିସ୍ତାନ ରାଜି ହେବା ପରେ ରାତାରାତି ଦ୍ୱିଗୁଣିତ ହୋଇଗଲା ଫ୍ଲାଇଟ୍‌ ଟିକେଟ୍‌ ଦାମ୍‌

ନୂଆଦିଲ୍ଲୀ,୧୦।୨: ICC ସହିତ ଏକ ବୈଠକ ପରେ, ପାକିସ୍ତାନ କ୍ରିକେଟ ବୋର୍ଡ ୨୦୨୬ ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି ହୋଇଛି। ମ୍ୟାଚ ୧୫ ଫେବୃଆରୀରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri