ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌ ବର୍ଷ ନିମନ୍ତେ ଧାନକିଣା ଆରମ୍ଭ କରାଯାଇଛି। ବାରକୋଟ ବ୍ଲକ ଅନ୍ତର୍ଗତ କାଦୋପଡା ପ୍ରାଥମିକ କୃଷି ସମବାୟ ସମିତି ପରିସରରେ ଜିଲାପାଳ ସୁଧାଂଶୁ ମୋହନ ସାମଲ ଆନୁଷ୍ଠାନିକ ଭାବେ ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। କୋଭିଡ- ୧୯ ନିୟମ ଅନୁପାଳନ ପୂର୍ବକ ପ୍ରଥମ ଦିବସରେ ୧୦ଜଣ ଚାଷୀଙ୍କଠାରୁ ୩୮୩.୬୦ କୁଇଣ୍ଟାଲ (୮୦୧ବସ୍ତା) ଧାନ କ୍ରୟ କରାଯାଇଥିବା ଜଣାଯାଇଛି। ଏହି ଧାନ ମଣ୍ଡି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗାଣ ଅଧିକାରୀ ଗଣେଶ୍ୱର ଚୌଧୁରୀ, ଏଆରସିଏସ. ନିମାଇଁ ଚରଣ ନାଏକ, ଅତିରିକ୍ତ ଏସିଏସଓ ବିଜୟ ବାରିକ, ଏସିଏସଓ ବିରେନ୍ଦ୍ର ସୋରେନ, କାଦୋପଡା ପ୍ରାଥମିକ କୃଷି ସମବାୟ ସମିତି ସମ୍ପାଦକ ଚନ୍ଦ୍ରଶେଖର ସାହୁ, ଚାଷୀ ପ୍ରତିନିଧି ପ୍ରମୋଦ ଝାଙ୍କର, ଯଜାତି କିଶୋର ବିଶ୍ୱାଳ, ଭୂପେନ୍ଦ୍ର ନାଏକଙ୍କ ସମେତ କ୍ୱାଲିଟି ଆନାଲିଷ୍ଟ, ଯୋଗାଣ ନିରୀକ୍ଷକ, ସ୍ଥାନୀୟ ମିଲର ଏବଂ ଯୋଗାଣ ବିଭାଗ ଓ ନିୟନ୍ତ୍ରିତ ବଜାର କମିଟିର କର୍ମକର୍ତ୍ତାଗଣ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଜିଲାରେ ୨୯ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ୪୦ଟି ମଣ୍ଡିରେ ଚାଷୀଠାରୁ ଧାନକ୍ରୟ କରାଯିବା ନିମନ୍ତେ ଜିଲାସ୍ତରୀୟ ଧାନକିଣା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…

ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri