ଧାନବସ୍ତା ରଖି ଚାଷୀଙ୍କ ରାଜପଥ ଅବରୋଧ

ବୌଦ୍ଧ, ୧୨ା୩(ସ୍ବପ୍ର): ବୌଦ୍ଧ ଜିଲାରେ ଅଦିନିଆ ବର୍ଷା ଓ ଅବ୍ୟବସ୍ଥିତ ଟୋକନ ବ୍ୟବସ୍ଥାକୁ ନେଇ ଧାନକ୍ରୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଚାଷୀଙ୍କ ଶହଶହ ବସ୍ତାଧାନ ମଣ୍ଡିରେ ପଡିରହି ନଷ୍ଟ ହେଉଛି। ଏପେଟ ଧାନକିଣା ନେଇ ପ୍ରଶାସନର ସବୁ ପ୍ରସ୍ତୁତି ଫେଲ ମାରିଥିବାବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସୂଚନା ମୁତାବକ ମାର୍ଚ୍ଚ ମାସ ଅଧା ହୋଇସାରିଥିବାବେଳେ ଜିଲାର ଅର୍ଦ୍ଧାଧିକ ଚାଷୀ ଏଯାଏ ସେମାନଙ୍କ ଧାନ ବିକ୍ରି କରି ପାରିନାହାନ୍ତି। ଫଳରେ ମଣ୍ଡିଗୁଡିକରେ ଚାଷୀମାନେ ଭିଡ ଜମାଉଛନ୍ତି। ଏଥିସହିତ କମ୍‌ମୂଲ୍ୟରେ ଦଲାଲମାନଙ୍କ ଜରିଆରେ ଧାନ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଟୋକନ ଯୋଗାଣରେ ଅବ୍ୟବସ୍ଥା ଯୋଗଁୁ ଧାନ ବିକ୍ରି ହୋଇପାରୁ ନାହିଁ, ସେପେଟ ଟୋକନ ପାଇଥିବା ଚାଷୀ ମଣ୍ଡିକୁ ଆଣିଥିବା ଧାନ ମିଲର ଆସୁ ନ ଥିବାରୁ ଉଠି ପାରୁନାହିଁ। ଏହିସବୁ ଅବ୍ୟବସ୍ଥାର ପ୍ରତିବାଦ ଓ ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଗୁରୁବାର ହରଭଙ୍ଗା ବ୍ଲକ ସରସରା ଅଞ୍ଚଳର ଚାଷୀମାନେ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ସରସରାଠାରେ ଧାନବସ୍ତା ରଖି ପ୍ରାୟ ୪ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ସଂଖ୍ୟାରେ ଯାନବାହାନ ଅଟକି ରହିଥିଲା। ଏଥିଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲା ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରିଥିଲେ। ମଣ୍ଡିରୁ ଧାନ ଉଠାଇବାକୁ ପ୍ରତିଶ୍ରୁତି ଦେବାପରେ ଚାଷୀମାନେ ଅବରୋଧରୁ ହଟିଥିଲା। ଅପରପକ୍ଷେ ଜିଲା ଯୋଗାଣ ଅଧିକାରୀଙ୍କ ହସ୍ତକ୍ଷେପ ଫଳରେ ଗୁରୁବାର ପ୍ରାୟ ୧୦୦୦ ବସ୍ତା ଧାନ ମଣ୍ଡିରୁ ଉଠିଛି। ଆହୁରି ୨୦୦୦ ବସ୍ତା ଧାନ ମଣ୍ଡିରେ ଜମା ହୋଇ ରହିଥିବା ଜଣାପଡିଛି। କେବଳ ସରସରା ନୁହେଁ, ଜିଲାସାରା ଏହି ଅବସ୍ଥା ଲାଗି ରହିଥିବାରୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri