ଧାନବୋଝେଇ ଟ୍ରକରେ ଲାଗିଲା ନିଆଁ

ବରଗଡ଼ ଅଫିସ,୨୦ା୬ : ବରଗଡ଼ ଜିଲା ବିଜେପୁର-ଗାଇସିଲେଟ୍‌ ରାସ୍ତାର ନୂଆଁପାଲି ନିକଟରେ ଗୁରୁବାର ଅପରାହ୍ନରେ ଏକ ଧାନ ବୋଝେଇ ଟ୍ରକ(ଓଆର ୧୩ ଏମ୍‌ ୧୩୬୨)ରେ ଆକସ୍ମିକ ଭାବେ ନିଆଁ ଲାଗି ଯାଇଥିଲା । ଟ୍ରକର ସମ୍ମୁଖ ଭାଗରେ ନିଆଁ ଲାଗି ଯିବାରୁ ସେଥିରେ ବୋଝେଇ ହୋଇଥିବା କିଛି ଧାନ ପୋଡ଼ି ନଷ୍ଟ ହୋଇଯାଇଛି। ଅନ୍ୟପକ୍ଷରେ ଟ୍ରକ ଡ୍ରାଇଭର, ହେଲପର ଓହ୍ଲାଇ ପଡ଼ିବାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖବର ପାଇ ବିଜେପୁର ଦମକଳ କେନ୍ଦ୍ରରୁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଟ୍ରକରେ ଲାଗିଥିବା ବ୍ୟାଟେରୀ ଶର୍ଟ୍‌ ସର୍କିଟ୍‌ରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ କୁଣ୍ଡାଖାଇ ପ୍ରାଥମିକ କୃଷି ସମବାୟ ସମିତିରୁ ଟ୍ରକଟି ଧାନ ବୋଝେଇ କରି ବିଜେପୁରର ଏକ ରାଇସ୍‌ ମିଲକୁ ଯିବା ବାଟରେ ଏହି ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ଜାମୁମାଳ ଅଞ୍ଚଳରେ ରାସ୍ତା ବିପର୍ଯ୍ୟସ୍ତ: ଶିକ୍ଷା ଓ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ଛାତ୍ରୀଛାତ୍ରଙ୍କ ସହ ଗ୍ରାମବାସୀ

ଜମନକିରା,୧୩।୮(ରବୀନ୍ଦ୍ର ପ୍ରସାଦ ଦାନୀ): ଆଧୁନିକ ସମାଜରେ ଉତ୍ତମ ସଡ଼କ ଯୋଗାଯୋଗ ବିକାଶର ଏକ ପ୍ରମୁଖ ମାପକାଠି । କିନ୍ତୁ ଆଜି ବି ଅନେକ ଗ୍ରାମାଞ୍ଚଳ ଏହି ମୌଳିକ…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri