ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ସରକାରଙ୍କ ଟୋକନ ବ୍ୟବସ୍ଥାକୁ ବିରୋଧ କରି ବରଗଡ଼ ଜିଲାରେ ଚାଷୀ ଆନ୍ଦୋଳନ ଉଗ୍ର ରୁପ ଧାରଣ କରିଛି। ଗତ ସୋମବାରରୁ ଚାଷୀମାନେ ବରଗଡ଼, ଅତାବିରା, ଭେଡେନ ଅଞ୍ଚଳର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ବନ୍ଦ କରି ଦେଇଥିବା ବେଳେ ଗୁରୁବାର ରାସ୍ତା ଉପରେ ଧାନ ଗଦା କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସକାଳୁ ଗୋଡଭଗା ସମଲେଶ୍ବରୀ ମନ୍ଦିର ସମ୍ମୁଖ ରାଜପଥରେ ଚାଷୀମାନେ ଧାନ ଗଦା କରି ଟୋକନ ବ୍ୟବସ୍ଥାର ପ୍ରତିବାଦ କରିବା ସହ ଏହି ବ୍ୟବସ୍ଥାକୁ ଉଠାଇବା ପାଇଁ ଦାବି କରିଛନ୍ତି। ଅନ୍ୟପଟେ ରାସ୍ତାରେ ଧାନ ଗଦା ହୋଇଥିବାରୁ ରାଜପଥ ଅବରୋଧ ହୋଇଛି। ଫଳରେ ରାଜପଥର ଉଭୟ ପାଶର୍‌ବରେ ଯାନବାହାନ ଅଟକି ରହିବା ସହ ଯାତାୟତ ବାଧାପ୍ରାପ୍ତ ହୋଇଛି। ଚାଷୀଙ୍କ ଏହି ଆନ୍ଦୋଳନ ଯୋଗୁ ବରଗଡ-ସମ୍ବଲପୁର ରାସ୍ତାରେ ଯାତାୟତ ଠପ୍‌ ହୋଇଯାଇଛି। ତେବେ ସ୍କୁଲ ବସ୍‌ ଏବଂ ଆମ୍ବୁଲାନ୍ସ ଯିବା ଆସିବା ପାଇଁ ରାଜପଥ ପାଶର୍‌ବରେ କିଛି ଅଂଶକୁ ଚାଷୀମାନେ ଛାଡିଦେଇଛନ୍ତି। ଘଟଣାସ୍ଥଳରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri