ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଏହି ସମିତିରେ ଧାନ ବିକ୍ରୟ ପାଇଁ ଅନ୍ଲାଇନ ପଞ୍ଜୀକରଣ କରିଥିବା ଅନେକ ଚାଷୀ ଏଯାଏ ଟୋକନ୍ ପାଇନାହାନ୍ତି। ଅନ୍ୟପକ୍ଷେ ଟୋକନ୍ ପାଉଥିବା ଚାଷୀମାନେ ଠିକ୍ ସମୟରେ ଆବଶ୍ୟକ ବସ୍ତା ପାଉ ନ ଥିବାରୁ ଧାନ ବିକ୍ରି ପାଇଁ ମଣ୍ଡିକୁ ଆଣିପାରୁ ନାହାନ୍ତି। ଅନ୍ୟ ସେବା ସମବାୟ ସମିତିରେ ୬ ପ୍ରତିଶତ ଧାନ କଟାଯାଉଥିବା ବେଳେ ଏହି ସମିତିରେ ୭ ପ୍ରତିଶତ କଟାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜିଲା ଯୋଗାଣ ବିଭାଗ ଏହିସବୁ ସମସ୍ୟା ପ୍ରତି ଦୃଷ୍ଟି ଦେଇ ଆସନ୍ତା ୭ ଦିନ ମଧ୍ୟରେ ସମାଧାନ ନ କଲେ ସେମାନେ ଧାମରା-ଜାମୁଝାଡ଼ି ରାସ୍ତା ଓ ସେବା ସମବାୟ ସମିତି ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସମିତିର ସମ୍ପାଦକ ରତିକାନ୍ତ ରାଉତଙ୍କୁ ପଚାରିବାରୁ କହିଛନ୍ତି, ମିଲର ୭ ପ୍ରତିଶତ ନ କାଟିଲେ ଧାନ ନେଉନାହାନ୍ତି। ଚାଷୀମାନଙ୍କର ଧାନ ଅନୁଯାୟୀ ବସ୍ତା ମିଲର ଦେଇପାରୁ ନାହାନ୍ତି। ଫଳରେ ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯାଇପାରୁ ନାହିଁ। ଚାଷୀମାନେ ତାଙ୍କୁ ଏ ନେଇ ଦୁର୍ବ୍ୟବହାର କରିବା ସହ ପ୍ରତ୍ୟହ ଗାଳିଗୁଲଜ କରୁଛନ୍ତି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି।
ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି
ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…
ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…
ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…
ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର
ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ
ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…
Archives

