ଧାନ କିଣାରେ ଅବ୍ୟବସ୍ଥା, ଲ୍ୟାମ୍ପସ୍‌ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଖୁଣ୍ଟା,୨୦ା୮(ଡି.ଏନ୍‌.ଏ)-ଧାନ କିଣାରେ ଅବ୍ୟବସ୍ଥାକୁ ନେଇ ସୋମବାର ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବାହାନଡା ଲ୍ୟାମ୍ପସ କାର୍ଯ୍ୟାଳୟରେ ଚାଷୀମାନେ ତାଲା ପକାଇ ଦେଇଥିଲେ। ଚାଷୀମାନେ ନିଜ କେନ୍ଦ୍ରରେ ଧାନ ବିକ୍ରି କରି ପାରୁ ନ ଥିବା ଦର୍ଶାଇ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି। ଚାଷୀମାନଙ୍କ ଅଭିଯୋଗ ଅନୁଯାୟୀ, ବାହାନଡା ଲ୍ୟାମ୍ପସ ଅଧୀନରେ ଥିବା ବାହାନଡ଼ା ଓ ଭୋଳାଗଡ଼ିଆ କେନ୍ଦ୍ରରେ ସେମାନେ ସୁବିଧାରେ ଧାନ ବିକ୍ରି କରି ଆସୁଥିଲେ। ମାତ୍ର ଗତ ରବି ଋତୁରେ ଲ୍ୟାମ୍ପସରେ ଧାନ ବିକ୍ରୟ ପାଇଁ ପଞ୍ଜିକରଣ କରାଯାଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ଧାନ ନ କିଣିବା ପାଇଁ ନିର୍ଦ୍ଦେଶ ଆସିଛି ବୋଲି ଲ୍ୟାମ୍ପସର ଏମ.ଡି କହିଥିଲେ। ଏହି ଘଟଣା ସମ୍ପର୍କରେ ସେତେବେଳେ କେତେକ ଚାଷୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ମାତ୍ର ୧୬ ଜଣ ଚାଷୀ ୨୫୦ କୁଇଣ୍ଟାଲ ଧାନ ବିସିପୁର ଲ୍ୟାମ୍ପସରେ ବିକ୍ରି କରିଥିଲେ। ଖରିଫ ଋତୁରେ ଅମଳ ଧାନକୁ ଲ୍ୟାମ୍ପସ କିଣିବ ବୋଲି ସେତେବେଳେ ଚାଷୀମାନଙ୍କୁ କୁହାଯାଇଥିଲା। ମାତ୍ର ବର୍ତ୍ତମାନ ଖରିଫ ଋ଼ତୁ ଧାନ ବିକ୍ରୟ ପାଇଁ ଅନ୍‌ଲାଇନ ପଞ୍ଜିକରଣ ଚାଲିଥିବା ବେଳେ ବାହାନଡା ଲ୍ୟାମ୍ପସରେ ପଞ୍ଜିକରଣ କରାଯାଉ ନାହିଁ। ଚାଷୀମାନଙ୍କୁ ଗାଁଠାରୁ ୩୫ କି.ମି ଦୂର ବିସିପୁର ଲ୍ୟାମ୍ପସରେ ଅନଲାଇନ ପଞ୍ଜିକରଣ କରିବା ପାଇଁ କୁହାଯାଉଛି। ଫଳରେ ଭୋଳାଗଡ଼ିଆ ଧାନ କିଣା କେନ୍ଦ୍ର ଅଧୀନ ଭୋଳାଗଡ଼ିଆ, ବଡ଼ ପଥରା ଓ ଡେଙ୍ଗାମ ଗ୍ରାମର ଚାଷୀମାନେ ଧାନ କେଉଁଠି ବିକିବେ ଆଶଙ୍କା କରି ଲ୍ୟାମ୍ପସ କାର୍ଯ୍ୟାଳୟରେ ତାଲା ପକାଇ ଦେଇଥିଲେ। ଅପରାହ୍ନରେ ଏଆରସିଏସ ଦୁଃଖିଆ ଟୁଡୁ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ଦାବି ସମ୍ପର୍କରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଚାଷୀ ମାନେ କାର୍ଯ୍ୟାଳୟରୁ ତାଲା ଖୋଲିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri