ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ ପିଛା ୬ରୁ ୭ କେଜି ଅଧିକ ଧାନ ଦେବାକୁ ଦାବି କରାଯାଉଛି ା ଏଥିରେ ସ୍ଥାନୀୟ ମିଲ୍‌ ମାଲିକ, ମଧ୍ୟସ୍ଥ, ଜଣେ ଯୋଗାଣ ବିଭାଗ ଅଧିକାରୀ, ଲୋକ ପ୍ରତିନିଧି ସାମିଲହୋଇ ମିଳିତ ଭାବେ ଚାଷୀଙ୍କୁ ଶୋଷୁଛନ୍ତି। ତୁରନ୍ତ ଏହାର କ୍ରାଇମବ୍ରାଞ୍ଚ ତଦନ୍ତ କରାଯିବା ସହିତ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଜେଡି ପକ୍ଷରୁ ଦାବି କରାଯାଇଛି। ଶୁକ୍ରବାର ବିଜେଡି ନେତ୍ରୀ ଡା. ଇନ୍ଦିରା ନନ୍ଦଙ୍କ ନେତୃତ୍ୱରେ ରମାକାନ୍ତ ରାଉଳ, ବିନୋଦ ପାତ୍ର, ବାଲିଙ୍କି ରାଓ, ଶିବ ପଟ୍ଟନାୟକ ପ୍ରମୁଖ ଏକ ଖବରଦାତା ସମ୍ମିଳନୀରେ ଏହା ଦାବି କରିଛନ୍ତି ା ଚଳିତ ବର୍ଷ ରବିଧାନ ଶୁଖିଲା ରହିବା ସହ ଉନ୍ନତ ମାନରେ ହୋଇଥିଲେ ସୁଦ୍ଧା ନିମ୍ନମାନ ଦର୍ଶାଇ ଚାଷୀଙ୍କୁ କୁଇଣ୍ଟାଲ ପିଛା ୬ରୁ ୭ କିଲୋ ଧାନ ଦେବାକୁ ଚାପ ପକାଉଛନ୍ତି ା ଫଳରେ ଚାଷୀ ଏହାକୁ ବିରୋଧ କରିଛି। ଏହାଦ୍ୱାରା ଅଧିକାଂଶ ମଣ୍ଡିରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସେହିପରି କେବଳ ଜୟପୁର, ବୋରିଗୁମ୍ମା, କୋଟପାଡ ଅଞ୍ଚଳର ଟ୍ରକ୍‌ଗୁଡ଼ିକକୁ ଧାନ ଚାଲାଣରେ ନିୟୋଜିତ କରାଯାଇ କଷ୍ଟମ ମିଲିଂ ଧାନ ବୋଝେଇ କରାଯାଉ ା ବାହାର ଜିଲାର ଟ୍ରକ୍‌ଗୁଡିକକୁ ସୁଯୋଗ ଦେଲେ ବିଜେଡି ପକ୍ଷରୁ ବିରୋଧ କରାଯିବ ବୋଲି କୁହଯାଇଛି। ଏନେଇ ଜିଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ମଣ୍ଡିରେ କାଟ୍‌ନି ଛଟ୍‌ନି ବନ୍ଦ କରିବାକୁ ସେମାନେ ଦାବି କରିଛନ୍ତି ା ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନ ହେଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri