ବନ୍ତ, ୩।୬ (ଡି.ଏନ.ଏ.) – ଚାଷୀମାନଙ୍କଠାରୁ ଉଚିତ୍ ମୂଲ୍ୟରେ ଧାନକ୍ରୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ହେଲେ ଚଳିତ ଖରିଫ ଋତୁରେ ଶତାଧିକ ଚାଷୀ ଧାନ ବିକ୍ରୟ କରି ପ୍ରାପ୍ୟ ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି। ଫଳରେ ଗତ ଦୁଇମାସ ଧରି ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଯୋଗାଣ ବିଭାଗର ଅବ୍ୟବସ୍ଥା ଯୋଗୁ ଏଭଳି ସମସ୍ୟା ଉପୁଜିଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ବନ୍ତ ବ୍ଲକର ଚାଷୀମାନେ ସରକାରୀ ମୂଲ୍ୟରେ ଧାନ ବିକ୍ରି କରିବା ନେଇ ବିଭିନ୍ନ ସେବା ସମବାୟ ସମିତିରେ ପଞ୍ଜୀକରଣ କରିଥିଲେ। ସେହି ଅନୁସାରେ ଅନେକ ଚାଷୀ ଗତ ମାର୍ଚ୍ଚ ଓ ଏପ୍ରିଲ ମାସରେ ଧାନ ବିକ୍ରି କରିଥିଲେ। ସରକାରୀ ନିୟମ ଅନୁଯାୟୀ, ଚାଷୀ ଧାନ ବିକ୍ରୟ କରିବାର ୨୪ ଘଣ୍ଟା ମଧ୍ୟରେ ପ୍ରାପ୍ୟ ଅର୍ଥ ପାଇବା କଥା। ମାତ୍ର ଏହି ବ୍ଲକ ଅଧୀନ କେନ୍ଦୁଆପଦା ସେବା ସମବାୟ ସମିତିର ପ୍ରାୟ ୮୦ ଜଣ, ଷେଣ୍ଢତିରା ସମିତିର ୧୯, ପଧାନପଡା ସମିତିର ୧୮୪, ବସନ୍ତିଆ ସମିତିର ୬୦, ଟିଲୋ ସମିତିର ୫୨ ଜଣଙ୍କ ସମେତ ଗଣିଜାଙ୍ଗ, ଓଡଙ୍ଗ ଆଦି ସେବା ସମବାୟ ସମିତିର ଚାଷୀମାନେ ଗତ ଦୁଇ ମାସରୁ ଊଦ୍ଧର୍ବ ହେବ ଧାନ ବିକି ପ୍ରାପ୍ୟ ପାଇ ନ ଥିବା ଅଭିଯୋଗ କରିଛନ୍ତି। କେନ୍ଦୁଆପଦା ସମବାୟ ସମିତିର ଚାଷୀ ପୀତାମ୍ବର ସ୍ବାଇଁ, ଅମୂଲ୍ୟ ସାହୁ, ବିଭୂତି ଭୂଷଣ ଲେଙ୍କା, ରମେଶ ମହାପାତ୍ର, ସୁରେନ୍ଦ୍ର ଜେନା, ରମେଶ ରାଉତ ପ୍ରମୁଖ ଚାଷୀ ସେମାନଙ୍କ ପ୍ରାପ୍ୟ ଅର୍ଥ ନ ମିଳିଲେ ସମିତି ଆଗରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।
ଗତ ମାର୍ଚ୍ଚ ମାସରେ ଯୋଗାଣ ବିଭାଗ ପକ୍ଷରୁ ୧ ଲକ୍ଷ କୁଇଣ୍ଟାଲ ଧାନ କିଣାଯିବା ନେଇ ଚୂଡ଼ାନ୍ତ ଟାର୍ଗେଟ ଦିଆଯାଇଥିଲା। ସେହି ଅନୁଯାୟୀ ଚାଷୀମାନେ ବିଭିନ୍ନ ମଣ୍ଡିରେ ଧାନ ବିକ୍ରି କରିଥିଲେ। ମିଲରମାନେ ଯେଉଁଦିନ ମଣ୍ଡିରୁ ଧାନ କିଣିଲେ ସେହିଦିନ ମଧ୍ୟରେ ଅପ୍ଲୋଡ କରି ନ ଥିଲେ। ଏହାମଧ୍ୟରେ ସାଇଟ ବନ୍ଦ ହୋଇଗଲା। ଏପ୍ରିଲ ୩୦ ତାରିଖରେ ପି-ପାସ୍ ଅନଲାଇନ ସାଇଟ୍ ବନ୍ଦ ହେବାକୁ ଥିବାବେଳେ ଆଗୁଆ ଏପ୍ରିଲ ୪ ତାରିଖରେ ବନ୍ଦ ହୋଇଯିବା ଯୋଗୁ ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାଯାଇଛି। ସେହିପରି କେତେକ ସମବାୟ ସମିତିର ସଭାପତି ଓ ସମ୍ପାଦକ ଅସାଧୁ ଉପାୟ ଅବଲମ୍ବନ କରିବାରୁ ଚାଷୀମାନେ ଧାନ ବିକ୍ରି କରିପାରି ନାହାନ୍ତି ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଏଆର୍ସିଏସ୍ ସ୍ବାଗତିକା ମହାପାତ୍ରଙ୍କୁ ପଚାରିବାରୁ କହିଛନ୍ତି, ଧାର୍ଯ୍ୟ ସମୟ ପୂର୍ବରୁ ପି-ପାସ୍ ଅନଲାଇନ ସାଇଟ୍ ବନ୍ଦ ହୋଇଯିବା ଯୋଗୁ ଏଭଳି ସମସ୍ୟା ଦେଖାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ଉଚ୍ଚ ଅଧିକାରୀଙ୍କୁ ଅବଗତ କରାଯାଇଛି।
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣ: ଚାଲିଗଲା ୨୪ ଜୀବନ
କିଭ୍,୧ା୧ରୁଷିଆ ଅଧିକୃତ ଖେର୍ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍ର ଡ୍ରୋନ୍ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...
Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ
ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ
ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...
ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…
ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...
Archives


