ଧାନ ରଖି ଚାଷୀଙ୍କ ରାସ୍ତା ଅବରୋଧ

ଖପ୍ରାଖୋଲ, ୭ା୬ (ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ପ୍ୟାକ୍ସରେ ଚଳିତ ରବିଋତୁରେ ଧାନ କିଣିବାକୁ କମ୍‌ ଟାର୍ଗେଟ ଥିବା ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଶୁକ୍ରବାର ପ୍ୟାକ୍ସର ଅସ୍ଥାୟୀ ମଣ୍ଡି ବଡଗୁର୍ଜିଭଟାଠାରେ ଧାନ ରଖି ସେମାନେ ରାସ୍ତା ଅବରୋଧ କରି ଧାରଣା ଦେଇଥିଲେ ା ଫଳରେ ଖପ୍ରାଖୋଲ-ଲାଠୋର ମୁଖ୍ୟ ରାସ୍ତାରେ ଦୀର୍ଘ ସମୟ ଧରି ଯାତାୟାତ ବନ୍ଦ ରହିଥିଲା। ଶହଶହ ଗାଡି ମୋଟର ରାସ୍ତାର ଦୁଇପାର୍ଶ୍ୱରେ ଅଟକି ରହିଥିଲା। ଖପ୍ରାଖୋଲ ଥାନା ଅଧିକାରୀ ଜ୍ୟୋତିରଞ୍ଜନ ପତି, ଅତିରିକ୍ତ ତହସିଲଦାର ଜୟନ୍ତ କୁମାର ସାହୁ, ଯୋଗାଣ ନିରୀକ୍ଷକ ରାଜରାମ ହୋତା, ପ୍ୟାକ୍ସ ସଭାପତି ନରେନ୍ଦ୍ର ଭୋଇ, ସମ୍ପାଦକ ଶ୍ରୀପତୀ ଭୋଇ ପ୍ରମୁଖ ଗଟଣାସ୍ଥଳରେ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିଥିଲେ। ସମସ୍ୟାର ସମାଧାନ ନ ହେବା ଯାଏ ଆନ୍ଦୋନ ଜାରି ରହିବ ବୋଲି ଆନ୍ଦୋଳନରତ ଚାଷୀମାନେ ଅଡି ବସିଥିଲେ। ଖବର ପାଇ ପାଟଣାଗଡ ନବନିର୍ବାଚିତ ବିଧାୟକ ସରୋଜ ମେହେର ଧାରଣାସ୍ଥଳରେ ପହଞ୍ଚିଥିଲେ। ସମସ୍ୟା ଶୁଣିଲା ପରେ ଆଗାମୀ ୧୨ ତାରିଖ ମଧ୍ୟରେ ଉପତ୍ାଦିତ ଧାନ ବିକ୍ରି ପାଇଁ ବ୍ୟବସ୍ଥା କରିବାର ନିର୍ଭର ପ୍ରତିଶ୍ରୁତି ଦେବା ପରେ ଅପରାହ୍ନ ପ୍ରାୟ ୧ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା ା ସୂଚନାଯୋଗ୍ୟ ଯେ, ଖପ୍ରାଖୋଲ ପ୍ୟାକ୍ସ ଅଞ୍ଚଳରେ ଚାଷୀ ୧୦ ହଜାର କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନ ବିକ୍ରି ପାଇଁ ଅନଲାଇନ ପଞ୍ଜୀକରଣ କରିଥିବାବେଳେ ଯୋଗାଣ ବିଭାଗ ତରଫରୁ ମାତ୍ର ୫୪୫ କୁଇଣ୍ଟାଲ ଧାନ କିଣିବାକୁ ଟାର୍ଗେଟ ରହିଛି ା ଯାହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇ ଶେଷରେ ଆନ୍ଦୋଳନର ରୂପ ନେଇଥିଲା ା ଆନ୍ଦୋଳନର ନେତୃତ୍ୱ ନୀଳାମ୍ବର ବିଶ୍ୱାଳ, ଜଳନ୍ଧର ପଧାନ, ଚୂଡାମଣି ସାହୁ, ଲୋକନାଥ ବିଶ୍ୱାଳ, ତରଣୀସେନ ସାହୁ, ଗଣେଶ ସାହୁ, ବୃନ୍ଦାବନ ବାରିକ, ତରଣୀ ବିଶ୍ୱାଳ, ରଘୁରାଜ ପଧାନ, ଫକିର ବିଶ୍ୱାଳ ପ୍ରମୁଖ ଚାଷୀ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri