ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ ସମୟ ଦେଇ ଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀଙ୍କଠାରୁ ଧାନ କିଣା ତଥା ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।
ଏବେ ରବି ଧାନ ସଂଗ୍ରହ ସମୟ ା କୃଷିଜାତ ଦ୍ରବ୍ୟର ସଂଗ୍ରହ ସହ ଧାନ କିଣା ବ୍ୟବସ୍ଥାର ବିକେନ୍ଦ୍ରୀକରଣ କରି ବର୍ଷାଋତୁ ପୂର୍ବରୁ ସେହି କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ସେ ଅନୁରୋଧ କରିଛନ୍ତି। କରୋନା କଟକଣା ଯୋଗୁ ମଣ୍ଡିକୁ ଦିନକୁ ମାତ୍ର ୩୦ଜଣ ଚାଷୀ ଧାନ ବିକ୍ରି କରିବାକୁ ଆସିବେ। ମାତ୍ର ଏହି ବ୍ୟବସ୍ଥାରେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଧାର୍ଯ୍ୟ ପରିମାଣର ଧାନ ସଂଗ୍ରହ କରିବା ଆଦୌ ସମ୍ଭବ ନୁହଁ। ଯେଉଁଠି ପାଖରେ ମଣ୍ଡି ନାହଁି ସେଠାରେ ସ୍ଥାନୀୟ ମହିଳା ସ୍ବଂୟ ସହାୟକ ଗୋଷ୍ଠୀ ତଥା ପଞ୍ଚାୟତ କର୍ମଚାରୀମାନଙ୍କୁ ନିୟୋଜିତ କରି ସ୍କୁଲ ବାରଣ୍ଡା ଓ ଗୋଷ୍ଠୀକେନ୍ଦ୍ର ଘରେ ଧାନ ସଂଗ୍ରହର ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri