ଧାରଣାରେ ନ ବସି ଗାଡ଼ି ଚଳାଇବାରୁ ଆକ୍ରୋଶର ଶିକାର ହେଲେ ‘ଓଲା’ ଚାଳକ: ମହିଳା ଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ି ଭଙ୍ଗାରୁଜା, ମାଡ଼ ମାରିବା ଅଭିଯୋଗ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଭିନ୍ନ ଦାବି ନେଇ ଗତ ୬ ଦିନ ଧରି ‘ଓଲା’ ଚାଳକମାନେ ଧାରଣାରେ ବସିଛନ୍ତି। ହେଲେ ଜଣେ ଚାଳକ ଏହାକୁ ସମର୍ଥନ ନ କରି ରୋଜଗାର କରିବା ଆଶାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଏପରି ଏକ ଘଟଣା ଦେଖିବାକୁ ମିଳିଛି ଶହୀଦନଗର ଓଲା କାର୍ଯ୍ୟାଳୟ ସମ୍ମୁଖରେ। ଧାରଣାରେ ବସିଥିବା କିଛି କର୍ମଚାରୀ ଜଣେ ‘ଓଲା’ ଚାଳକଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରି ଗାଡ଼ି ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। ଏପରିକି ଉକ୍ତ ସମୟରେ ଗାଡ଼ିରେ ଦୁଇଜଣ ମହିଳା ଯାତ୍ରୀ ଥିଲେ ହେଁ ଆକ୍ରମଣକାରୀମାନେ ତାକୁ ଖାତିର କରି ନ ଥିଲେ। ଚାଳକ ଜଣଙ୍କ ହେଲେ କଟକ ବିଡାନାସୀ ଅଞ୍ଚଳର ଅଜୟ କୁମାର ସାସମଲ। ଅଜୟ ଯାତ୍ରୀ ନେଇ ଶହୀଦନଗରରୁ କଟକ ଯାଉଥିବା ବେଳେ ଉକ୍ତ ସ୍ଥାନରେ ତାଙ୍କୁ ଆକ୍ରମଣ କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଶହୀଦନଗର ଥାନାଧିକାରୀ ପହଞ୍ଚି ଚାଳକଙ୍କୁ ଉଦ୍ଧାର କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ତେବେ ମହିଳାଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ିକୁ ଭଙ୍ଗାରୁଜା ସହ ଚାଳକଙ୍କୁ ମାଡ଼ ମାରିବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri