ଧାରଣା ସ୍ଥଳରେ ଟଳିପଡିଲେ ଶିକ୍ଷକ: ମୟୂରଭଞ୍ଜ ଜିଲା ଗଣଶିକ୍ଷକ ସଂଘ ସଭାପତି ଥିଲେ; ଅଧୁରା ରହିଗଲା ଦାବି ପୂରଣ

ଭୁବନେଶ୍ୱର,୨ା୧୨(ବ୍ୟୁରୋ)/କୁଆମରା/ଖୁଣ୍ଟା(ଡି.ଏନ୍‌.ଏ) – ଦାବି ପୂରଣ ପାଇଁ ଆସିଥିଲେ ରାଜଧାନୀ। ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିର ଆନ୍ଦୋଳନସ୍ଥଳରେ ଅନ୍ୟଶିକ୍ଷକଙ୍କ ସହ ଧାରଣା ଦେଇଥିଲେ। ବିକ୍ଷୋଭ ଓ ପ୍ରତିବାଦ କରୁଥିବା ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ୍‌ ଟଳିପଡିଥିଲେ ମୟୂରଭଞ୍ଜର ଶିକ୍ଷକ ନିରଞ୍ଜନ ବାରିକ। ସେଠାରେ ଉପସ୍ଥିତ ପୋଲିସ ଓ ଅନ୍ୟ କେତେଜଣ ଶିକ୍ଷକ ତାଙ୍କୁ ତୁରନ୍ତ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଡାକ୍ତର ନିରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ। କ୍ୟାପିଟାଲ ଥାନା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ପରିବାର ଲୋକଙ୍କୁ ଖବର ଦେଇଛି। ବୁଧବାର ବ୍ୟବଚ୍ଛେଦ ପରେ ମୃତଦେହକୁ ହସ୍ତାନ୍ତର କରାଯିବ ବୋଲି ଥାନାଧିକାରୀ ଗିରିଜା ଶଙ୍କର ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି।

ମୃତ ଶିକ୍ଷକ ନିରଞ୍ଜନଙ୍କ ଘର ମୟୂରଭଞ୍ଜ ଜିଲା ବଡ଼ଖୁଣ୍ଟା ଗ୍ରାମରେ। ଗୋପବନ୍ଧୁ ନଗର ବ୍ଲକ ସାନଖୁଣ୍ଟା ପଞ୍ଚାୟତର ବାଲଡିହା ଆଶ୍ରମ ସ୍କୁଲରେ ଶିକ୍ଷକତା କରୁଥିଲେ। ସେ ୧୯୯୫ରେ ନନ୍‌ଫର୍ମାଲରୁ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ୨୦୦୮ରେ ଗଣଶିକ୍ଷକ ଓ ୨୦୧୮ରେ ରେଗୁଲାର ହୋଇଥିଲେ। ସେ ଗଣଶିକ୍ଷକ ସଂଘର ମୟୂରଭଞ୍ଜ ଜିଲା ସଭାପତି ଅଛନ୍ତି। ଘରେ ତାଙ୍କର ସ୍ତ୍ରୀ ଓ ଦୁଇ ପୁଅ ଥିବା ଜଣାପଡିଛି।

‘ଦାବି ପୂରଣ ନ ହେଲେ ସମସ୍ତେ ଜୀବନ ହାରିବୁ’
ଓଟିଇଟି ପରୀକ୍ଷାର ପୁନଃମୂଲ୍ୟାୟନ, ବାଦ୍‌ପଡ଼ିଥିବା ଗଣଶିକ୍ଷକଙ୍କୁ ନିୟମିତ କରିବା, ମୃତ ଶିକ୍ଷକଙ୍କ ପରିବାରକୁ ଚାକିରି ସହିତ ମୃତ୍ୟୁକାଳୀନ ସହାୟତା ଆଦି ଦାବିରେ ରାଜ୍ୟ ପ୍ରାଥମିକ ଶିକ୍ଷକ (ଏକ୍ସକ୍ୟାଡର) ମହାସଂଘ ପକ୍ଷର ଲୋୟର ପିଏମ୍‌ଜିରେ ଧାରଣ ଚାଲିଛି। ଶିକ୍ଷକ ନିରଞ୍ଜନଙ୍କ ମୃତ୍ୟୁରେ ଅନ୍ୟମାନେ ଦୁଃଖ ପ୍ରକାଶ କରିଛନ୍ତି। ସେମାନେ କହିଛନ୍ତି ଯେ, ଦାବି ପୂରଣ ନ ହେଲେ ନିରଞ୍ଜନଙ୍କ ଭଳି ଆମେ ସମସ୍ତେ ଜୀବନ ହାରିଦେବୁ। ୨୦୧୪ରୁ ସଂଘ ନିଜର ଦାବି ନେଇ ଆନ୍ଦୋଳନ ଜାରି ରଖିଛି। ସରକାର ଭୁଆଁ ବୁଲାଇ ଚାଲିଛନ୍ତି। ପୂର୍ବରୁ ମଧ୍ୟ ସଂଘ ସଦସ୍ୟ ଥିବା ଜଣେ ଶିକ୍ଷକ ଦାବି ପୂରଣ ନ ହେବାରୁ ଆତ୍ମହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri