ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆରମ୍ଭ କରାଯାଇଥିବା ଜନସମ୍ପର୍କ ଓ ଜନ ଜାଗରଣ ଯାତ୍ରା ଶେଷ ହୋଇଛି ା ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାରା ଦେଶର ସବୁ ବର୍ଗର ଲୋକମାନେ ମୋଦି ସରକାରଙ୍କ ଦ୍ୱାରା ନିଆଯାଇଥିବା ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଅପୂର୍ବ ସମର୍ଥନ ଏବଂ ଆଶୀର୍ବାଦ ଦେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, ଏହି ଐତିହାସିକ ନିଷ୍ପତ୍ତି ପାଇଁ ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନେତୃତ୍ୱରେ ଦିଲ୍ଲୀରୁ ଏହି ସମ୍ପର୍କ ଅଭିଯାନ ଶୁଭାରମ୍ଭ ହୋଇଥିଲା। ଏହି ଅଭିଯାନ ମାଧ୍ୟମରେ ଦେଶର ପ୍ରାୟ ୬ ଶହରୁ ଅଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଦଳର ୫ ଲକ୍ଷରୁ ଅଧିକ ନେତା ଓ କାର୍ଯ୍ୟକର୍ତ୍ତା ପ୍ରତିଷ୍ଠିତ ଲୋକ ଏବଂ ଓପିନିୟନ ମେକର୍ସଙ୍କୁ ଭେଟି ୩୭୦ ଧାରା ଐତିହାସିକ ଭୁଲର ସୁଧାର ପାଇଁ ନିଆଯାଇଥିବା ଐତିହାସିକ ନିର୍ଣ୍ଣୟର ବିସ୍ତୁତ ସୂଚନା ଦେଇଛନ୍ତି ା ପ୍ରଧାନମନ୍ତ୍ରୀ ଧାରା ୩୭୦ର ଉଚ୍ଛେଦ ଏବଂ ଏହାଦ୍ୱାରା ଜମ୍ମୁ-କଶ୍ମୀର ଏବଂ ଲଦାଖରେ ସାଧାରଣ ଜନତାଙ୍କ ସହିତ ହେଉଥିବା ଭେଦଭାବର ପ୍ରସଙ୍ଗଗୁଡିକ ବିଶ୍ୱ ଦରବାରରେ ମଧ୍ୟ ଉଠାଇଛନ୍ତି ା ଭାରତର ଏହି ନିଷ୍ପତ୍ତିକୁ ସାରା ବିଶ୍ୱ ସମର୍ଥନ କରିଛି। ୩୭୦ ଧାରା ଉଚ୍ଛେଦ ଉପରେ କରାଯାଉଥିବା ଅପପ୍ରଚାରର ଏହା ଏକ ବଡ ବିଜୟ ବୋଲି ଧର୍ମେନ୍ଦ୍ର କହିଛନ୍ତି ା ସେହିପରି ଅନୁଚ୍ଛେଦ ୩୭୦ ଉଚ୍ଛେଦ କୌଣସି ଧର୍ମ ସମ୍ବନ୍ଧୀୟ ପ୍ରସଙ୍ଗ ନୁହେଁ ବରଂ ଘାଟିରେ ବିକାଶ ଏବଂ ସୁଶାସନକୁ ପ୍ରତିଷ୍ଠା କରିବାର ବିଷୟ। ପଡୋଶୀ ଦେଶ ପାକିସ୍ତାନ ଦ୍ୱାରା କରାଯାଉଥିବା ଅପପ୍ରଚାର ଉପରେ ଓଆଇସି ମଧ୍ୟ ଏହି ପ୍ରସଙ୍ଗ ଭାରତର ଆଭ୍ୟନ୍ତରୀଣ ମାମଲା କହି ଭାରତକୁ ସମର୍ଥନ କରିଛି ା ମୁସଲିମ ରାଷ୍ଟ୍ର ସାଉଦି ଆରବ, ୟୁଏଇ ଏବଂ କତାରର ମନ୍ତ୍ରୀ ଓ ରାଜପରିବାର ସଦସ୍ୟଙ୍କୁ ଭେଟିବା ଅବସରରେ ସେମାନେ ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଧାର୍ମିକ ପ୍ରସଙ୍ଗ ନ ମାନିବା ସହିତ ଭାରତକୁ ସମର୍ଥନ କରିଥିବା ମତବ୍ୟକ୍ତ କରିଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri