ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଲା ବିତ୍ତୀୟ ନିଅଣ୍ଟ

ନୂଆଦିଲ୍ଲୀ,୧-୧୧: ଦେଶର ବିତ୍ତୀୟ ନିଅଣ୍ଟ ବଜେଟ ହୋଇଥିବା ଧାର୍ଯ୍ୟ ଲକ୍ଷ୍ୟର ୯୩% ଛୁଇଁଛି। ଚଳିତ ଆର୍ଥତ୍କ ବର୍ଷର ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ଏହା ୬.୫୨ ଲକ୍ଷ କୋଟି ଟଙ୍କା ଛୁଇଁଥିବା ସରକାର ଦେଇଥିବା ତଥ୍ୟରୁ ଏହା ଜଣାପଡିଛି। ସାଧାରଣତଃ ସରକାରଙ୍କ ଖର୍ଚ୍ଚ ଏବଂ ରାଜସ୍ବ ମଧ୍ୟରେ ରହିଥିବା ଅନ୍ତରକୁ ବିତ୍ତୀୟ ନିଅଣ୍ଟ କୁହାଯାଉଥିବା ବେଳେ ଏହା ସେପ୍ଟେମ୍ବର ୩୦ ସୁଦ୍ଧା ୬,୫୧,୫୫୪ କୋଟି ଟଙ୍କା ରହିଥିବା କଣ୍ଟ୍ରୋଲର ଜେନେରାଲ ଅଫ୍‌ ଆକାଉଣ୍ଟ (ସିଜିଏ) ଦେଇଥିବା ସୂଚନାରୁ ଜଣାପଡିଛି। ଗତ ବର୍ଷ ସମାନ ସମୟରେ ଏହା ୯୫.୩% ରହିଥିଲା। ଚଳିତ ଆର୍ଥତ୍କ ବର୍ଷରେ ବିତ୍ତୀୟ ନିଅଣ୍ଟକୁ ୭.୦୩ ଲକ୍ଷ କୋଟି ଟଙ୍କାରେ ସୀମିତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ସେହିଭଳି ବିତ୍ତୀୟ ନିଅଣ୍ଟକୁ ମୋଟ ଜିଡିପିର ୩.୩%ରେ ସୀମିତ ରଖିବାକୁ ଯୋଜନା ରହିଛି। ମାନ୍ଦାବସ୍ଥା ଯୋଗୁ ସରକାର କର୍ପୋରେଟ ଟିକସ ହ୍ରାସ କରିଛନ୍ତି। ଏହା ଦ୍ୱାରା ରାଜକୋଷକୁ ୧.୪୫ ଲକ୍ଷ କୋଟି ଟଙ୍କା ହ୍ରାସ ଘଟିବ। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ସେପ୍ଟେମ୍ବରରେ ବଜେଟରେ ଧାର୍ଯ୍ୟ ହୋଇଥିବା ରାଜସ୍ବ ସଂଗ୍ରହ ଲକ୍ଷ୍ୟ ତୁଳନାରେ ୪୧.୬% ବଢିଛି। ଏହା ଗତ ବର୍ଷ ସମାନ ସମୟରେ ୪୦.୧% ରହିଥିଲା। ସେପ୍ଟେମ୍ବର ଶେଷ ସୁଦ୍ଧା ସରକାର ୮.୧୬ ଲକ୍ଷ କୋଟି ଟଙ୍କାର ରାଜସ୍ବ ସଂଗ୍ରହ କରିଛନ୍ତି। ୨୦୧୯-୨୯ ଆର୍ଥତ୍କ ବର୍ଷ ଲାଗି ଟିକସ ସଂଗ୍ରହ ଲକ୍ଷ୍ୟ ୧୯.୬୨ ଲକ୍ଷ କୋଟି ଟଙ୍କା ରଖାଯାଇଛି। ସିଜିଏ ତଥ୍ୟ ମୁତାବକ ବର୍ତ୍ତମାନ ସମୟ ସୁଦ୍ଧା ବଜେଟ ଲକ୍ଷ୍ୟର ୫୫.୫% ପୁଞ୍ଜି ସରକାର ଖର୍ଚ୍ଚ କରିଛନ୍ତି। ଏହା ଗତ ବର୍ଷ ସମାନ ସମୟରେ ୫୪.୨% ରହିଥିଲା। ଚଳିତ ଆର୍ଥତ୍କ ବର୍ଷ ଏପ୍ରିଲ-ସେପ୍ଟେମ୍ବର ସମୟରେ ସରକାରଙ୍କ ମୋଟ ଖର୍ଚ୍ଚ ୧୪.୮୮ ଲକ୍ଷ କୋଟି ଟଙ୍କା ଛୁଇଁଛି। ସେହିଭଳି ସାରା ବର୍ଷ ଲାଗି ୨୭.୮୬ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ସିଜିଏ ତଥ୍ୟରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri