ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ଯତ୍ନବାନ ହେବାକୁ ନିର୍ଦ୍ଦେଶ

ସୋନପୁର,୨୧।୭(ନି.ପ୍ର.) ମୋ ସ୍କୁଲ ଅଭିଯାନ, ଗାରିମା ପୁରସ୍କାର ଓ ସବୁଦିନ ଯିବା ସ୍କୁଲ କାର୍ଯ୍ୟକ୍ରମ ସମ୍ପର୍କରେ ସୋନପୁର ବ୍ଲକସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମହାରାଜା ଉଚ୍ଚ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସମ୍ମିଳନୀରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ଅଧ୍ୟକ୍ଷତା କରିଥିଲେ। ଏଥିରେ ବ୍ଲକର ସମସ୍ତ ସିଆରସିସି ଓ ଶତାଧିକ ପ୍ରଧାନଶିକ୍ଷୟିତ୍ରୀଶିକ୍ଷକ ଅଂଶଗ୍ରହଣ କରିଥିଲେ। ନିଜର ପୂର୍ବତନ ବିଦ୍ୟାଳୟମାନଙ୍କ ସମୃଦ୍ଧିରେ ସକ୍ରିୟ ଯୋଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ମୋ ସ୍କୁଲ ଅଭିଯାନ ତଥା ଅନ୍ୟାନ୍ୟ ଶିକ୍ଷା ସମ୍ପର୍କିତ କାର୍ଯ୍ୟକ୍ରମକୁ ସଫଳ ରୂପାୟନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏବିଇଓ ଫକୀର ଚରଣ ଭୋଇ, ଦୀନବନ୍ଧୁ ମିଶ୍ର, ଚିତ୍ତରଞ୍ଜନ ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। ନିଜ ନିଜର ବିଦ୍ୟାଳୟଗୁଡିକୁ ସମୃଦ୍ଧ କରି ସରକାରଙ୍କ ଗାରିମା ପୁରସ୍କାର ପାଇବା ପାଇଁ ତତ୍ପର ହେବାକୁ ପ୍ରଧାନଶିକ୍ଷକମାନଙ୍କୁ ପରାମର୍ଶ ଦିଆଯାଇଥିଲା। ଏହି ଅବସରରେ ଧାର୍ଯ୍ୟ ଲକ୍ଷ୍ୟ ହାସଲ ପାଇଁ ସମସ୍ତେ ଯତ୍ନବାନ ହେବାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ମେହେର ନିର୍ଦ୍ଦେଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?