Posted inଖେଳ

ଧୋନୀଙ୍କୁ ଅବସର ନେବାକୁ ବାଧ୍ୟ କରିବା ଉଚିତ ନୁହଁ: ହୁସେନ

ମୁମ୍ବାଇ,୧୧।୪(ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଅବସର ନେବାକୁ ବାଧ୍ୟ କରାଯିବା ଉଚିତ୍‌ ନୁହଁ। ଏକଥା କହିଛନ୍ତି ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସିର ହୁସେନ। ଧୋନୀଙ୍କ ଭଳି ଖେଳାଳି ଗୋଟିଏ ପିଢିରେ ଥରେ ଆସିଥାନ୍ତି। ଆଉଥରେ ଧୋନୀଙ୍କ ଭଳି ଜଣେ ଖେଳାଳି ଆସିବେ ନାହିଁ। ତେଣୁ ଅବସର ନେଇ ତାଙ୍କୁ ବାଧ୍ୟ କରିବା ପୂର୍ବରୁ ଚିନ୍ତା କରିବାର ଆବଶ୍ୟକତା ରହିଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ଭାରତୀୟ କ୍ରିକେଟ ପାଇଁ ସେ ଆହୁରି କିଛି ଅବଦାନ ଦେଇପାରିବେ। ୩୯ ବର୍ଷୀୟ ଧୋନୀଙ୍କ ନିକଟରେ ଏବେ ବି କ୍ରିକେଟ ବାକି ଅଛି ବୋଲି ସେ କହିଛନ୍ତି।
ଥରେ ଧୋନୀ ଚାଲିଗଲେ, ଆଉ ଆସିବେ ନାହିଁ। ଅବସର ନେଇ କେବଳ ଧୋନୀଙ୍କୁ ନିଷ୍ପତ୍ତି ନେବାର ସ୍ବାଧିନତା ଦେବା ଆବଶ୍ୟକ। ଅବସର କେବେ ନେବାକୁ ହେବ ତାହା ଧୋନୀ ହିଁ ଜାଣିଛନ୍ତି ବୋଲି ୫୨ ବର୍ଷୀୟ ହୁସେନ କହିଛନ୍ତି। ଗତ ଜୁଲାଇରେ ଦିନିକିଆ ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷ ସେମିଫାଇନାଲରେ ଧୋନୀ ଶେଷଥର ଭାରତ ପାଇଁ ଖେଳିଥିଲେ। ଏହାପରଠାରୁ ସେ କୌଣସି ପ୍ରତିଯୋଗିତାମୂଳକ କ୍ରିକେଟ ମ୍ୟାଚ୍‌ ଖେଳିନାହାନ୍ତି। ତେବେ ଧୋନୀ ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିବା ଏବେ କଷ୍ଟକର ବୋଲି ପୂର୍ବତନ କ୍ରିକେଟର ସୁନୀଲ ଗାଭାସ୍କର ଓ କପିଳ ଦେବ ପୂର୍ବରୁ କହିସାରିଛନ୍ତି।
ତେବେ ଧୋନୀ ଏବେବି ଭାରତୀୟ ଦଳ ପାଇଁ ଖେଳିବାର କ୍ଷମତା ରଖୁଛନ୍ତି। ଭାରତ ପାଇଁ ସେ ଆହୁରି ବହୁ ପରିମାଣରେ କ୍ରିକେଟ ଖେଳିପାରିବେ। ତେବେ ଗତ ବିଶ୍ୱକପ୍‌ରେ ଧୋନୀ ଏକାଧିକ ତ୍ରୁଟି କରିଥିବା କଥା ହୁସେନ କହିଛନ୍ତି। ଏହା ସତ୍ତ୍ୱେ ଧୋନୀଙ୍କ ନିକଟରେ ଏବେବି ପ୍ରତିଭା ରହିଛି। ତେଣୁ ଅବସର ନେଇ ନିଷ୍ପତ୍ତି ତାଙ୍କ ଉପରେ ଛାଡିବା ଠିକ୍‌ ହେବ ବୋଲି ହୁସେନ ଶନିବାର ରାତି ୭ଟାରେ ଏକ ସାକ୍ଷତ୍‌କାର ଦେବା ଅବସରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri