Posted inଖେଳ

ଧୋନୀଙ୍କୁ ଆଇପିଏଲର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୧୮।୩- ଭାରତୀୟ କ୍ରିକେଟ ବିଶେଷଜ୍ଞଙ୍କ ମତରେ ଆଇପିଏଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନିର୍ଦ୍ଧାରଣ କରିପାରେ। ମାତ୍ର କରୋନା ଭାଇରସ ଯୋଗୁ ଆଇପିଏଲର ୧୩ତମ ସଂସ୍କରଣ ଅନିଶ୍ଚତତା ଘେରକୁ ଚାଲି ଯାଇଛି। ଯଦି ଚଳିତ ବର୍ଷ ଆଇପିଏଲ ଅନୁଷ୍ଠିତ ହୋଇ ନ ପାରେ, ତେବେ କ’ଣ ଧୋନୀଙ୍କ ପାଇଁ ଜାତୀୟ ଦଳକୁ ଫେରିବା ବାଟ ବନ୍ଦ ହୋଇଯିବ? ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ତଥା ଭାଷ୍ୟକାର ଆକାଶ ଚୋପ୍ରା। ତାଙ୍କ ମତରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଲାଗି ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ଆଇପିଏଲର ଆବଶ୍ୟକତା ନାହିଁ। ଧୋନୀଙ୍କୁ ଜଣା କ’ଣ କରୁଛନ୍ତି। ତାଙ୍କ ଭଳି ଖେଳାଳିଙ୍କ ପାଇଁ ଆଇପିଏଲ କଦାପି ଏକ ବାଧା ନୁହେଁ ବୋଲି ଏକ ୟୁଟ୍ୟୁବ ଭିଡିଓରେ ଆକାଶ କହିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, ଆଇପିଏଲରେ ଧୋନୀ ଭଲ ସ୍କୋର କଲେ ଭାରତୀୟ ଦଳକୁ ଫେରିପାରିବେ। ମାତ୍ର ଧୋନୀ ଜାତୀୟ ଦଳକୁ ଫେରିବାକୁ ଚାହୁଁଥିଲେ, ପ୍ରଥମେ ନିଜକୁ ଉପଲବ୍ଧ କରିବାକୁ ପଡ଼ିବ। ଚୟନକର୍ତ୍ତା ତାଙ୍କୁ ସିଧାସଳଖ ଦଳରେ ନେବେ। କାରଣ ଅଭିଜ୍ଞତା ସୁପରମାର୍କେଟରେ ମିଳେ ନାହିଁ। ଧୋନୀ ଜଣେ ଖୁବ୍‌ ଅଭିଜ୍ଞ ଖେଳାଳି। ଯଦି ଭାରତୀୟ ଦଳ ତାଙ୍କୁ ଚୟନ କରିବାକୁ ଚାହେଁ, ଆଇପିଏଲ ହେଉ କିମ୍ବା ନ ହେଉ ସେଥିରେ କିଛି ଫରକ ପଡ଼ିବ ନାହିଁ ବୋଲି ଆକାଶ ଉକ୍ତ ଭିଡିଓରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଆଇପିଏଲ ଚଳିତ ମାସ ୩୦ ତାରିଖରୁ ଆରମ୍ଭ ହେବାର ଥିଲା। ମାତ୍ର କରୋନା ଯୋଗୁ ଏହାକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି। ସ୍ଥିତି ନ ସୁଧିରିବା ପର୍ଯ୍ୟନ୍ତ ଆଇପିଏଲ ଖେଳାଯାଇ ପାରିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri