Posted inଖେଳ

ଧୋନୀଙ୍କୁ ଆଇପିଏଲର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୧୮।୩- ଭାରତୀୟ କ୍ରିକେଟ ବିଶେଷଜ୍ଞଙ୍କ ମତରେ ଆଇପିଏଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନିର୍ଦ୍ଧାରଣ କରିପାରେ। ମାତ୍ର କରୋନା ଭାଇରସ ଯୋଗୁ ଆଇପିଏଲର ୧୩ତମ ସଂସ୍କରଣ ଅନିଶ୍ଚତତା ଘେରକୁ ଚାଲି ଯାଇଛି। ଯଦି ଚଳିତ ବର୍ଷ ଆଇପିଏଲ ଅନୁଷ୍ଠିତ ହୋଇ ନ ପାରେ, ତେବେ କ’ଣ ଧୋନୀଙ୍କ ପାଇଁ ଜାତୀୟ ଦଳକୁ ଫେରିବା ବାଟ ବନ୍ଦ ହୋଇଯିବ? ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ତଥା ଭାଷ୍ୟକାର ଆକାଶ ଚୋପ୍ରା। ତାଙ୍କ ମତରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ଲାଗି ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ଆଇପିଏଲର ଆବଶ୍ୟକତା ନାହିଁ। ଧୋନୀଙ୍କୁ ଜଣା କ’ଣ କରୁଛନ୍ତି। ତାଙ୍କ ଭଳି ଖେଳାଳିଙ୍କ ପାଇଁ ଆଇପିଏଲ କଦାପି ଏକ ବାଧା ନୁହେଁ ବୋଲି ଏକ ୟୁଟ୍ୟୁବ ଭିଡିଓରେ ଆକାଶ କହିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, ଆଇପିଏଲରେ ଧୋନୀ ଭଲ ସ୍କୋର କଲେ ଭାରତୀୟ ଦଳକୁ ଫେରିପାରିବେ। ମାତ୍ର ଧୋନୀ ଜାତୀୟ ଦଳକୁ ଫେରିବାକୁ ଚାହୁଁଥିଲେ, ପ୍ରଥମେ ନିଜକୁ ଉପଲବ୍ଧ କରିବାକୁ ପଡ଼ିବ। ଚୟନକର୍ତ୍ତା ତାଙ୍କୁ ସିଧାସଳଖ ଦଳରେ ନେବେ। କାରଣ ଅଭିଜ୍ଞତା ସୁପରମାର୍କେଟରେ ମିଳେ ନାହିଁ। ଧୋନୀ ଜଣେ ଖୁବ୍‌ ଅଭିଜ୍ଞ ଖେଳାଳି। ଯଦି ଭାରତୀୟ ଦଳ ତାଙ୍କୁ ଚୟନ କରିବାକୁ ଚାହେଁ, ଆଇପିଏଲ ହେଉ କିମ୍ବା ନ ହେଉ ସେଥିରେ କିଛି ଫରକ ପଡ଼ିବ ନାହିଁ ବୋଲି ଆକାଶ ଉକ୍ତ ଭିଡିଓରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଆଇପିଏଲ ଚଳିତ ମାସ ୩୦ ତାରିଖରୁ ଆରମ୍ଭ ହେବାର ଥିଲା। ମାତ୍ର କରୋନା ଯୋଗୁ ଏହାକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି। ସ୍ଥିତି ନ ସୁଧିରିବା ପର୍ଯ୍ୟନ୍ତ ଆଇପିଏଲ ଖେଳାଯାଇ ପାରିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri