Posted inଖେଳ

ଧୋନୀଙ୍କୁ ଝଟକା ଦେଲା ଆଇସିସି

ସାଉଥାମ୍ପଟନ, ୭।୬- ଭାରତର ପୂର୍ବତନ ଅଧିନାୟକ ତଥା ୱିକେଟକିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂହ ଧୋନୀଙ୍କୁ ଝଟକା ଲାଗିଛିି। ଧୋନୀଙ୍କ ଗ୍ଲୋଭସରେ ଥିବା ଭାରତୀୟ ପାରା ସ୍ପେଶାଲ ଫୋର୍ସର ପ୍ରତୀକ ଚିହ୍ନକୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି ଆଇସିସି। ଏନେଇ ବିସିସିଆଇକୁ ଅବଗତ କରାଯାଇଛି ବୋଲି ଆଇସିସି କହିଛି। ଧୋନୀ ପାରା ସ୍ପେଶାଲ ଫୋର୍ସକୁ ସମ୍ମାନ ଦେବା ପାଇଁ ଏଭଳି କରିଥିଲେ ବୋଲି ଜଣାପଡିଛି। ଧୋନିଙ୍କ ଗ୍ଲୋଭସରେ ଥିବା ଏହି ପ୍ରତୀକ ଚିହ୍ନକୁ ସମସ୍ତେ ବ୍ୟବହାର କରିପାରିବେ ନାହିଁ। ଏହାକୁ କେବଳ ପାରା-କମାଣ୍ଡୋ ହିଁ ବ୍ୟବହାର କରିପାରିବେ ବୋଲି ଆଇସିସି କହିଛି। ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯାଇଥିବା ବିଶ୍ୱକପ ମ୍ୟାଚରେ ଧୋନୀଙ୍କ ଏକ ସ୍ବତନ୍ତ୍ର ଗ୍ଲୋବ୍ସ ବ୍ୟବହାର କରୁଥିବାର ଦେଖିବାକୁ ମିଳିଥିଲା। ତାଙ୍କ ଉଇକେଟକିପିଂ ଗ୍ଲୋବ୍ସରେ ବଳିଦାନର ଚିହ୍ନ ରହିଥିଲା, ଯାହାକି ଭାରତୀୟ ପାରା ସ୍ପେଶାଲ ଫୋର୍ସର ପ୍ରତୀକ। ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଆଣ୍ଡିଲେ ଫେଲୁକ୍ୱାୟୋଙ୍କୁ ଷ୍ଟମ୍ପିଂ କରିବାବେଳେ ଧୋନୀଙ୍କ ଗ୍ଲୋବ୍ସରେ ଲାଗିଥିବା ଚିହ୍ନ ସ୍ପଷ୍ଟ ଭାବେ ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି...

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

ଶୁଭାଙ୍ଗୀ ଦତ୍ତଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଅଭିନେତ୍ରୀ ଶୁଭାଙ୍ଗୀ ଦତ୍ତଙ୍କୁ ସର୍ବଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ସେ ଅନୁପମ ଖେର୍‌ଙ୍କ ନିର୍ଦ୍ଦେଶିତ ‘ତନଭି ଦି ଗ୍ରେଟ୍‌’...

କାର୍ଯ୍ୟରୁ ମୁକ୍ତି ପାଇଁ ମୃତଦେହକୁ ଫିଙ୍ଗିଦେଲା ୟୁପି ପୋଲିସ

ମୀରଟ,୯ା୧୨: ଉତ୍ତରପ୍ରଦେଶ ପୋଲିସ କାର୍ଯ୍ୟରୁ ବର୍ତ୍ତିବା ପାଇଁ ଏକ ମୃତଦେହକୁ ଅନ୍ୟ ଫାଣ୍ଡି ଅଞ୍ଚଳରେ ଫିଙ୍ଗିଦେବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ...

ଟୋକନ ସମସ୍ୟା: ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଲେ ଚାଷୀ

ପଦ୍ମପୁର,୯ା୧୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ସୋମବାର ୧୧ ଦିନରେ ପହଞ୍ଚିଛି। ହେଲେ...

ବଳାତ୍କାର ମାମଲାରେ ଅଭିନେତା ଦିଲୀପ ଦୋଷମୁକ୍ତ

କୋଚି,୯ା୧୨: ୨୦୧୭ରେ ମାଲୟାଲମ ଚଳଚ୍ଚିତ୍ରର ଜଣେ ଅଭିନେତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ଅଭିନେତା ଦିଲୀପଙ୍କୁ ଏର୍ନାକୁଲମ୍‌ ଡିଷ୍ଟ୍ରିକ୍ଟ ଓ ପ୍ରିନ୍ସିପାଲ ସେସନ୍ସ କୋର୍ଟ ଦୋଷମୁକ୍ତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri