Posted inଖେଳ

ଧୋନୀଙ୍କୁ ମନେପକାଇଲେ ପାକିସ୍ତାନ କ୍ରିକେଟରଙ୍କ ସ୍ତ୍ରୀ

କରାଚି,୨୨।୧୦: ପାକିସ୍ତାନ କ୍ରିକେଟ ଟିମର କ୍ୟାପଟେନ ସରଫରାଜ ଅହମ୍ମଦଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଟେଷ୍ଟ ଓ ଟି-୨୦ ଅନ୍ତର୍ଜାତୀୟ ଟିମର କ୍ୟାପଟେନ ପଦରୁ ବହିଷ୍କାର କରିଛି। ତାଙ୍କ ସ୍ଥାନରେ ଆଝାର ଅଲୀଙ୍କୁ ଟେଷ୍ଟ ଏବଂ ବାବର ଆଜମଙ୍କୁ ଟି-୨୦ ଦଳର କ୍ୟାପଟେନ ଭାବେ ନିଯୁକ୍ତ କରିଛି। କେବଳ ଏତିକି ନୁହେଁ, ଉଇକେଟକିପର ବ୍ୟାଟ୍ସମ୍ୟାନ ସରଫରାଜଙ୍କୁ ମଧ୍ୟ ଟେଷ୍ଟ ଓ ଟି-୨୦ ଟିମରୁ ବାଦ ଦିଆଯାଇଛି। ବୋର୍ଡର ଏଭଳି ନିଷ୍ପତ୍ତି ପରେ ସେ କ୍ରିକେଟରୁ ସନ୍ୟାସ ନେଇଯିବେ ବୋଲି ଚର୍ଚ୍ଚା ଉଠିଛି। ତାଙ୍କୁ ଦଳରୁ ବାଦ୍‌ ଦିଆଯିବା ପରେ ମୁହଁ ଖୋଲିଛନ୍ତି ସ୍ତ୍ରୀ ଖୁସବହତ। ସେ କହିଛନ୍ତି, ସରଫରାଜ ଅବସର ନେବା ପ୍ରଶ୍ନ ଉଠୁନି। ନିଜ ପ୍ରଦର୍ଶନ ଜରିଆରେ ସେ ପୁଣିଥରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ। ସେ ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂ ଧୋନୀଙ୍କ ଉଦାହରଣ ଦେଇ କହିଛନ୍ତି, ୩୮ ବର୍ଷ ହେବା ସତ୍ତ୍ୱେ ଧୋନୀ କ୍ରିକେଟ ଖେଳୁଛନ୍ତି। ତେବେ ସରଫରାଜଙ୍କୁ ଏବେ ମାତ୍ର ୩୨ ବର୍ଷ ସେ କେମିତି ଅବସର ନେବେ ବୋଲି ଖୁସବହତ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ସରଫରାଜଙ୍କ ନେତୃତ୍ୱରେ ପାକିସ୍ତାନ ୧୩ ମ୍ୟାଚ ଖେଳି ୪ଟିରେ ବିଜୟୀ ହୋଇଥିବା ବେଳେ ୮ଟିରେ ହାରିଛି। ଗୋଟିଏ ଟେଷ୍ଟ ଡ୍ର’ ହୋଇଛି। ବିଶ୍ୱକପରେ ପାକିସ୍ତାନର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ସର୍ଫରାଜଙ୍କୁ ସମାଲୋଚନାର ଶିକାର ହେବାକୁ ପଡିଛି। ଚଳିତମାସ ଆରମ୍ଭରୁ ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ପାକିସ୍ତାନ ମୂଳପୋଛ ହେବା ପରେ ତାଙ୍କ ନେତୃତ୍ୱ ଦକ୍ଷତାକୁ ନେଇ ଆହୁରି ପ୍ରଶ୍ନ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri