Posted inଖେଳ

ଧୋନୀଙ୍କୁ ଲତା ମଙ୍ଗେସ୍କରଙ୍କ ସମର୍ଥନ

ମୁମ୍ବାଇ,୧୧।୭ (ପି.ଟି.)- ଅଭିଜ୍ଞ ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଏବେ କୋକିଳ କଣ୍ଠୀ ଲତା ମଙ୍ଗେସ୍କର ବାହାରିଛନ୍ତି। ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ ଏବେ ଟିମ୍‌ ଇଣ୍ଡିଆ ଓ ଭାରତୀୟ କ୍ରିକେଟରଙ୍କୁ ସବୁ ମହଲରୁ ସମାଲୋଚନା କରାଯାଉଛି। ଧୋନୀଙ୍କୁ ମଧ୍ୟ କେତେକ ପରାଜୟ ପାଇଁ ଦାୟୀ କରୁଛନ୍ତି। ତେବେ ଲତା ଧୋନୀଙ୍କ ସମର୍ଥନ କରିଛନ୍ତି । ଅବସର କଥା ଚିନ୍ତା ନ କରିବାକୁ ସେ  ଧୋନୀଙ୍କୁ ପରାମର୍ଶ ଦେଇଛନ୍ତି। ଖୁବଶୀଘ୍ର ଯେକୌଣସି ମୁହୂର୍ତ୍ତରେ ଭାବପ୍ରବଣ ହୋଇ ଅବସର ନିଷ୍ପତ୍ତି ନେବାକଥା ଚିନ୍ତା କରିବାଠାରୁ ଦୂରରେ ରହିବାକୁ ସେ  କହିଛନ୍ତି। ଏବେ ବି ଧୋନୀଙ୍କ ନିକଟରେ ବହୁତ କ୍ରିକେଟ ବାକି ରହିଛି।  ଦେଶ ତାଙ୍କୁ ଏବେ ମଧ୍ୟ ଆବଶ୍ୟକ କରୁଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ସେମିଫାନାଲ ମ୍ୟାଚ୍‌ରେ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା। ଏଥିସହିତ ଟୁର୍ନାମେଣ୍ଟ ଫେଭରାଇଟ ଭାରତ ବିଶ୍ୱକପ୍‌ରୁ ବାଦ୍‌ ପଡିଥିଲା।
୮୭ ବର୍ଷୀୟା ଲତା କ୍ରିକେଟର ଜଣେ ବଡ଼ ପ୍ରଶଂସିକା। ସେ ଟୁଇଟ୍‌ କରି ଧୋନୀଙ୍କ ସମ୍ପର୍କରେ ନିଜର ମତ ରଖିଛନ୍ତି। ଭାରତର ପରାଜୟ ପରେ ଧୋନୀଙ୍କ ଅବସର ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ହୀନ୍ଦିରେ ସେ ଟୁଇଟ୍‌ କରି ଧୋନୀଙ୍କ ସମର୍ଥନରେ ବାହାରିଛନ୍ତି। ଉଲ୍ଲେଖଥାଉ କି, ଧୋନୀ ସେମିଫାଇନାଲ ମ୍ୟାଚ୍‌ରେ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେହିପରି ରବୀନ୍ଦ୍ର ଜାଡେଜା ମଧ୍ୟ ଦ୍ରୁତ ୭୭ ରନ ସଂଗ୍ରହ କରିଥିଲେ। ସପ୍ତମ ଉଇକେଟ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ୧୧୬ ରନ କରିଥିଲେ ମଧ୍ୟ ଭାରତକୁ ବିଜୟୀ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri