Posted inଖେଳ

‘ଧୋନୀଙ୍କ ପାଖରେ ଏବେ ବହୁତ କ୍ରିକେଟ ବାକି ଅଛି’

ନୂଆଦିଲ୍ଲୀ,୧୨।୭(ପି.ଟି.)- ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ବିଶ୍ୱକପ୍‌ରୁ ବାଦ୍‌ ପଡିଥିଲେ ମଧ୍ୟ ଭାରତୀୟ ଦଳକୁ ବିଭିନ୍ନ ମହଲରୁ ପ୍ରଶଂସା କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କାର୍ଯକାରୀ ସଭାପତି ସି.କେ. ଖାନ୍ନା ଓ ପ୍ରଶାସକ କମିଟି (ସିଓଏ) ସଦସ୍ୟା ଡାଇନା ଇଦୁଜୀ ମଧ୍ୟ ଭାରତର ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଲିଗ୍‌ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଥିଲା। ଦଳ ଭଲ ପ୍ରଦର୍ଶନ କରିଥିଲା। ତେବେ ଦୁର୍ଭାଗ୍ୟଜନକ ଭାବେ ମ୍ୟାଚ୍‌ ବର୍ଷା କାରଣରୁ ଦ୍ୱିତୀୟ ଦିନକୁ ଯାଇଥିଲା। ସଅଳ ୩ଟି ଉଇକେଟ ହରାଇ ଭାରତ ବ୍ୟାକ୍‌ଫୁଟ୍‌କୁ ଚାଲିଯାଇଥିଲା ବୋଲି ଇଦୁଲଜୀ କହିଛନ୍ତି। ତେବେ ରବୀନ୍ଦ୍ର ଜାଡେଜା ଓ ମହେନ୍ଦ୍ର ସିଂ ଧୋନୀ ବିପର୍ଯ୍ୟୟରୁ ଉଦ୍ଧାର କରିଥିଲେ। ଜାଜେଡା ଓ ଧୋନୀଙ୍କ ପ୍ରଦର୍ଶନ ପ୍ରଶଂସନୀୟ ବୋଲି ସେ କହିଛନ୍ତି।
ଭାରତ ହାରିବା ପରେ ଧୋନୀଙ୍କ ଅବସର ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଏହାକୁ ଇଦୁଲଜୀ ନାପସନ୍ଦ କରିଛନ୍ତି। ବିଶ୍ୱକପ୍‌ରେ ଧୋନୀ ସାରା ଦୁନିଆକୁ ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି। ତାଙ୍କ ପାଖରେ ଏବେବି ବହୁତ କ୍ରିକେଟ ବାକି ଅଛି ବୋଲି ସେ ପ୍ରମାଣିତ କରିଛନ୍ତି। ସାରା ଟୁର୍ନାମେଣ୍ଟରେ ଧୋନୀଙ୍କ ପ୍ରଦର୍ଶନ ପ୍ରଶଂସନୀୟ। ବ୍ୟକ୍ତିଗତ ଭାବେ ତାଙ୍କ ପ୍ରଦର୍ଶନକୁ ପ୍ରଶଂସା କରୁଛି। ସେ ନିଜେ ଅବସର ସମ୍ପର୍କରେ ନିଷ୍ପତ୍ତି ନେବେ। ଦଳରେ ଥିବା ଯୁବ କ୍ରିକେଟ ତାଙ୍କଠାରୁ ଏବେ ବି ବହୁତ କିଛି ଶିକ୍ଷା କରିପାରିବେ ବୋଲି ଇଦୁଲଜୀ କହିଛନ୍ତି। ଅନ୍ୟପଟେ ଖାନ୍ନା ମଧ୍ୟ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ଲିଗ୍‌ ପର୍ଯ୍ୟାରେ ଭାରତ ଭଲ ଖେଳିଲା। କୌଣସି ଖେଳାଳି ହାରିବାକୁ ଚାହିଁ ନ ଥାନ୍ତି। ସବୁ ଖେଳାଳି ବିଜୟୀ ହେବା ପାଇଁ ପ୍ରୟାସ କରିଛନ୍ତି। ତେବେ ବିଜୟୀ ପାଇଁ ନ୍ୟୁଜିଲାଣ୍ଡକୁ ଅଭିନନ୍ଦନ ଜଣାଉଛି ବୋଲି ଖାନ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri