Posted inଖେଳ

ଧୋନୀ ମର୍ସିଡିଜ୍‌, ମନୀଷ ପାଣ୍ଡେ ଅଲଟୋ କାର୍‌

ନୂଆଦିଲ୍ଲୀ, ୪।୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ସିରିଜକୁ ଭାରତ ୫-୦ରେ କ୍ଲିନ୍‌ସୁଇପ୍‌ କରିଛି। ଏହି ଐତିହାସିକ ବିଜୟ ପରେ କେ.ଏଲ. ରାହୁଲ ଏବଂ ରୋହିତ ଶର୍ମାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଭାରତର ଏହି ବିଜୟରେ ଉଭୟଙ୍କ ଯୋଗଦାନ ଥିବା ଆଲୋଚନା ଚାଲିଛି। କିନ୍ତୁ ଭାରତର ବିଜୟରେ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍‌ ମନୀଷ ପାଣ୍ଡେଙ୍କ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ୪ର୍ଥ ଟି୨୦ରେ ସେ ଜବରଦସ୍ତ ବ୍ୟାଟିଂ କରି ଅର୍ଦ୍ଧଶତକ ହାସଲ କରିଥିଲେ। ଫଳରେ ଭାରତୀୟ ଦଳ ଏକ ସମ୍ମାନଜନକ ସ୍କୋର କରିବାରେ ସକ୍ଷମ ହୋଇଥିଲା। ପୂର୍ବତନ କ୍ରିକେଟର ଅଜୟ ଜାଡେଜା ମନୀଷ ପାଣ୍ଡେଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ତୁଳନା କରିଛନ୍ତି। ସେ ଧୋନୀଙ୍କୁ ମର୍ସିଡିଜ୍‌ ଏବଂ ପାଣ୍ଡେଙ୍କୁ ଅଲଟୋ କାର୍‌ ବୋଲି ଅଭିହିତ କରିଛନ୍ତି। ମନୀଷଙ୍କୁ ଯେତେବେଳେ ଦଳରେ ଖେଳିବାର ସୁଯୋଗ ମିଳିଛି ତା’ର ସେ ଭରପୂର ଫାଇଦା ଉଠାଇଛନ୍ତି। ସେ ୬ନଂ ସ୍ଥାନରେ ଖେଳିବାକୁ ଆସି କିଭଳି ସୁଯୋଗ ଉଠାଯିବ ତାହା ତାଙ୍କୁ ଭଲ ଭାବରେ ଜଣା ବୋଲି ଜାଡେଜା କହିଛନ୍ତି। ଧୋନୀଙ୍କ ସ୍ଥାନରେ ସେ ଭଲ ଖେଳିପାରିବେ, କିନ୍ତୁ ମାହି ମର୍ସିଡିଜ୍‌ ଏବଂ ପାଣ୍ଡେ ଅଲଟୋ କାର୍‌ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri