ନକଲି ଦେଶୀ ମଦ ସହ ଅଟୋ ଜବତ ବାପ,ପୁଅଙ୍କ ସମେତ ୩ ଗିରଫ

ପୁରୁଷୋତ୍ତମପୁର,୨ା୮(ଡି.ଏନ୍‌.ଏ.)-ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଗୁରୁବାର ଅପରାହ୍ନରେ ଧୋବାଡି ପାଟପୁର-ବାଳକୃଷ୍ଣପୁର ରାସ୍ତାରୁ ମଦ ବୋଝେଇ ଏକ ଅଟୋ (ନଂ.ଓଡି ୦୭ ଏସ ୨୮୧୨)କୁ ଜବତ କରିଛି। ଏଥିରୁ ୨୪୦ ଲିଟର ଦେଶୀ ନକଲି ମଦ ଜବତ କରିବା ସହ ମଦ ଚାଲାଣ କରୁଥିବା ଧୋବାଡି ପାଟପୁର ଗ୍ରାମର ବାପା-ପୁଅଙ୍କ ସମେତ ଅଟୋ ଚାଳକଙ୍କୁ ଗିରଫ କରିଛି। ସେମାନେ ହେଲେ ଧୋବାଡି ପାଟପୁର ଗ୍ରାମର ମଦ ମାଫିଆ ବାପା ଜୟ ସ୍ବାଇଁ, ପୁଅ ସୁକାନ୍ତ ଓ ଅଟୋ ଚାଳକ ସୁଦାମ ଗୌଡ।
ହେଲା ଜୟ ଓ ସୁକାନ୍ତ ଅବାଧ ମଦ କାରବାର ଚଳାଇଥିଲେ। ବିଭିନ୍ନ ସମୟରେ ପୋଲିସ ଚଢାଉ କରୁଥିବାବେଳେ ଏମାନେ କୌଶଳକ୍ରମେ ଖସି ଯାଉଥିଲେ। ବାପା, ପୁଅ ଅଟୋ ଯୋଗେ ମଦ ଆଣୁଥିବା ଖବର ପାଇ ସାଦା ପୋଷାକରେ ପୋଲିସ ଜଗି ରହିଥିଲା। ସେହିରାସ୍ତା ଦେଇ ଯିବାବେଳେ ପୋଲିସ ସମସ୍ତଙ୍କୁ କାବୁ କରିଥିଲା। ନଂ ୧୭୪/୧୯,୧୭୫/୧୯ଓ ୧୭୬/୧୯ ପ୍ରକାରେ ମାମଲା ରୁଜୁ କରାଯାଇଛି, ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

୬୦୦ ବର୍ଷର ଐତିହାସିକ ପରମ୍ପରା: ଗ୍ରାମର ପ୍ରତ୍ୟେକ ଘରକୁ ଯାଇ ପଣା ଗ୍ରହଣ କରନ୍ତି…

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ଓଡ଼ିଆ ନବ ବର୍ଷ ପଣା ସଂକ୍ରାନ୍ତି (ମହା ବିଷୁବ ସଂକ୍ରାନ୍ତି) ମେରୁରେ ଗଞ୍ଜାମ ବ୍ଲକର ଶତ୍ରୁଶୋଲ ଗ୍ରାମ ନିକଟରେ ଥିବା ବାବା ମୁକ୍ତେଶରଙ୍କ ବହୁ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri