ନକଲି ପ୍ରଡକ୍ଟ ବିକ୍ରି ମାମଲାରେ ଟାଇଟାନକୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୯-୯: ଇ-କମର୍ସ ସାଇଟ ସ୍ନାପଡିଲରେ ନକଲି ଟାଇଟାନ ଏବଂ ଫାଷ୍ଟ୍ରାକ ଘଣ୍ଟା ବିକ୍ରି ମାମଲାରେ ଟାଇଟାନ କମ୍ପାନୀକୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ଆଶ୍ୱସ୍ତି ମିଳିଛି। ସ୍ନାପଡିଲରେ ନକଲି ପ୍ରଡକ୍ଟ ବିକ୍ରି ନେଇ ରୋହିତ କୁମାର ଜୈନ ଏବଂ ଧରମ ପାଲଙ୍କ ବିରୋଧରେ ଟାଇଟାନ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲା। କୋର୍ଟ ଟାଇଟାନ ସପକ୍ଷରେ ନିଷ୍ପତ୍ତି ଶୁଣାଇଛନ୍ତି। ଏହି ଦୁଇ ବ୍ୟକ୍ତିଙ୍କ ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ବେଳେ ସ୍ନାପଡିଲକୁ ଏକ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ପକ୍ଷର ସତ୍ୟପାଠ ଦେବାକୁ କୁହାଯାଇଛି। ସ୍ନାପଡିଲ ଏହାର ଓ୍ବେବସାଇଟରେ ଟାଇଟାନ ଏବଂ ଫାଷ୍ଟ୍ରାକର ଅସଲି ପ୍ରଡକ୍ଟ ବିକ୍ରି ନେଇ ନିଶ୍ଚିତ କରାଇବାକୁ ନ୍ୟାୟାଳୟ ନିର୍ଦ୍ଦେଶରେ କହିଛନ୍ତି। ଦିଲ୍ଲୀ ହାଇକୋର୍ଟର ଏହି ନିଷ୍ପତ୍ତିକୁ ସ୍ବାଗତ କରୁଛୁ ବୋଲି ଟାଇଟାନ କମ୍ପାନୀ ଲିମିଟେଡର ଓ୍ବାଚେସ୍‌ ଏବଂ ଆସେସୋରିଜ ସିଇଓ ଏସ୍‌. ରବିକାନ୍ତ କହିଛନ୍ତି। ଗ୍ରାହକଙ୍କ ସ୍ବାର୍ଥକୁ ସର୍ବଦା ଧ୍ୟାନ ରଖିଥିବା ବେଳେ ପ୍ରଡକ୍ଟଗୁଣବତ୍ତାରେ କୌଣସି ସାଲିସ କରି ନ ଥାଉ ବୋଲି ସିଇଓ କାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗଲକୁ ବଡ଼ ଝଟକା: ହାଇକୋର୍ଟ ଲଗାଇଲେ ୩୦ ଲକ୍ଷ ଟଙ୍କାର ଜରିମାନା

ନୂଆଦିଲ୍ଲୀ,୩୧।୫: ଗୁଗଲ (Google) ଏବେ ଭାରତରେ ବଡ଼ ଆଇନଗତ ଅସୁବିଧାରେ ପଡ଼ିଛି। ଟ୍ରେଡମାର୍କ ଉଲ୍ଲଂଘନ ମାମଲାରେ ଦିଲ୍ଲୀ ହାଇକୋର୍ଟ ଗୁଗଲ ଉପରେ ୩୦ ଲକ୍ଷ ଟଙ୍କାର ଜରିମାନା…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ବନ୍ଦ ହୋଇଯିବ କାଗଜ ଟଙ୍କା! ଜାରି ହେବ ୫୦, ୧୦୦, ୫୦୦ ଟଙ୍କାର ନୂଆ ପ୍ଲାଷ୍ଟିକ ନୋଟ! ଜାଣନ୍ତୁ କଣ ରହିଛି RBIର ବଡ଼ ପ୍ଲାନ୍‌

ମୁମ୍ବାଇ,୨୯।୫: ଦେଶରେ କ୍ୟାଶ (ନଗଦ ଟଙ୍କା)ର ଚାହିଦା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ୟୁପିଆଇ (UPI) ପେମେଣ୍ଟ ଏବଂ ଅନଲାଇନ ଟ୍ରାଞ୍ଜାକସନ ପାଇଁ ମଧ୍ୟ କ୍ୟାଶର…

ଗ୍ୟାସ ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ବଦଳିବ ୭ ନିୟମ, ଆପଣଙ୍କ ଉପରେ ପଡିପାରେ ଅଧିକ ବୋଝ

ନୂଆଦିଲ୍ଲୀ,୨୯।୫: ମେ ମାସ ଶେଷ ହେବାକୁ ଯାଉଛି, ଏବଂ ଜୁନ 1, 2026 ଠାରୁ ସାରା ଦେଶରେ ଅନେକ ବଡ଼ ଆର୍ଥିକ ପରିବର୍ତ୍ତନ ଆସିବାକୁ ଯାଉଛି। ଏହି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri