ନକଲି ବିଦେଶୀ ମଦ କାରଖାନା ଠାବ

ଭଦ୍ରକ ଅଫିସ/ତିହିଡ଼ି,୩୦।୧୦(ଡି.ଏନ୍‌.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସିନ୍ଦୋଳ ଗ୍ରାମରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ଚଢାଉ ବେଳେ କାରଖାନାରୁ ଲକ୍ଷାଧିକ ଟଙ୍କାର ନକଲି ମଦ, ବିଭିନ୍ନ ନାମୀଦାମୀ କମ୍ପାନୀର ଲୋଗୋ, ମଦ ତିଆରି ସରଞ୍ଜାମ, ଖାଲି କାଚ, ରଙ୍ଗ, ସ୍ପିରିଟ୍‌ ଆଦି ଜବତ ହୋଇଛି। ଏହି ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ଏ ନେଇ ଏକ ମକଦ୍ଦମା (ନଂ. ୭୪/୧୯) ରୁଜୁ କରାଯାଇଛି।
ଗିରଫ ମହିଳାଙ୍କ ନଁା ଗୀତାଞ୍ଜଳି ଦାସ। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହି କାରଖାନା ଘର ବାଡିପଟେ ୨ ମାସ ହେବ ଚାଲିଥିଲା ବୋଲି ଅବକାରୀ ଇନ୍ସପେକ୍ଟର ଧନେଶ୍ୱର ବରାଡ଼ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଚଢାଉରେ ବରାଡ଼ଙ୍କ ସମେତ ଭଦ୍ରକ ସଦର ଅବକାରୀ ଅଧିକାରୀ ସଞ୍ଜୟ କୁମାର ପଣ୍ଡା, ଭ୍ରାମ୍ୟମାଣ ଅବକାରୀ ଅଧିକାରୀ ସ୍ପନ୍ଦନ କୁମାର ମହାନ୍ତି ଙ୍କ ସମେତ ତାଙ୍କ ଟିମ୍‌ ସାମିଲ ଥିଲେ। ଏହି ନକଲି ମଦକାରଖାନା ନେଇ ଅବକାରୀ ବିଭାଗ ବିଶେଷ ସୂତ୍ରରୁ ଖବର ପାଇଥିଲା। ତଦନୁଯାୟୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉକ୍ତ କାରଖାନା ଉପରେ ଚଢ଼ାଉ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?