Posted inଜାତୀୟ

ନକଲି ବିରାଟ କୋହଲି, ମିଛ ପ୍ରମାଣପତ୍ର ସାହାରାରେ ହେଲେ ସରପଞ୍ଚ: ଆଉ ତା’ପରେ..

ପୁଣେ, ୩୦।୫: ମହାରାଷ୍ଟ୍ର ପୁଣେର ଏକ ଗାଁରେ ଜଣେ ବ୍ୟକ୍ତି ନକଲି ବିରାଟ କୋହଲି, ମିଛ ପ୍ରମାଣପତ୍ର ଦେଇ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ବିଠଲ ଘାଓ୍ବଟେ ନାମକ ଏହି ବ୍ୟକ୍ତିଙ୍କ ଅସଲ ମୁଖା ଖୋଲିବା ପରେ ତାଙ୍କ ସରପଞ୍ଚ ପଦ ରଦ୍ଦ କରାଯାଇଛି। ସୂଚନାଯୋଗ୍ୟ, ୨୦୧୮ରେ ସେଠାରେ ଅନୁଷ୍ଠିତ ପଞ୍ଚାୟତ ନିର୍ବାଚନରେ ବିଠଲ ସରପଞ୍ଚ ପ୍ରାର୍ଥୀ ହୋଇଥିଲେ। ନିର୍ବାଚନ ଜିତିବା ପାଇଁ ନକଲି ବିରାଟ କୋହଲିଙ୍କ ସାହାରା ନେଇଥିଲେ। ସେ ଚାରିଆଡେ ପ୍ରଚାର କରିଥିଲେ କି ମୋ ନିର୍ବାଚନୀ ସଭାକୁ କ୍ରିକେଟର୍‌ ବିରାଟ କୋହଲି ଆସିବେ। ସଭା ଆୟୋଜନ ପୂର୍ବରୁ ପ୍ରବଳ ଲୋକଙ୍କ ଭିଡ ଜମିଥିଲା। ଶେଷକୁ ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ସୌରଭ ଗଦ୍ଦେ ନାମକ ଜଣେ ଯୁବକ ଆସି ସଭା ସ୍ଥଳରେ ପହଞ୍ଚିଥିଲେ। ଏହାସତ୍ତ୍ୱେ ଲୋକ ତାଙ୍କୁ ଭୋଟ ଦେଇ ଜିତାଇ ଥିଲେ। କିନ୍ତୁ ନିର୍ବାଚନ ପ୍ରାର୍ଥୀପତ୍ରରେ ଜାତି ପ୍ରମାଣପତ୍ର ଭୁଲ ଦେଇଥିବାରୁ ସରପଞ୍ଚ ହେବାର ବର୍ଷକ ପରେ ବିଠଲଙ୍କୁ ପଦ ହରାଇବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri