ଭଦ୍ରକ ଅଫିସ,୨୭।୧୧- ଭଦ୍ରକ ଜିଲାରେ ନକଲି ସାର୍ଟିଫିକେଟ୍ କାରବାର ବୃଦ୍ଧି ପାଇଛି। ଏଭଳି ସାର୍ଟିଫିକେଟ୍ ହାତେଇ କେତେକ ଶିକ୍ଷକତା ଭଳି ସରକାରୀ ଚାକିରି କରିଥିବା ଜଣାପଡିବା ପରେ ଘଟଣା ଚର୍ଚ୍ଚାକୁ ଆସିଛି। ଗତ ମାସକ ମଧ୍ୟରେ ଦୁଇଜଣ ନକଲି ସାର୍ଟିଫିକେଟ୍ଧାରୀ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରାଯାଇ ଥାନାରେ ଏତଲା ଦିଆଯିବା ଭଳି ଘଟଣା ଘଟିଛି। ସେହିପରି ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଅନୁଷ୍ଠାନ ଓ ଛାତ୍ରୀଛାତ୍ର ସରକାରୀ ଷ୍ଟାଇପେଣ୍ଡ ଲୁଟୁଥିବା କୁହାଯାଉଛି। ସୂଚନା ଅଧିକାର ଆଇନ(ଆର୍ଟିଆଇ) ବଳରେ ଜିଲା ଶିକ୍ଷା ବିଭାଗରୁ ତଥ୍ୟ ଅଣାଯାଇ ହୋହଲ୍ଲା କରାଯିବାରୁ ଅନ୍ୟ କେତେକ ଜାଲ ସାର୍ଟିଫିକେଟ୍ଧାରୀ ଶିକ୍ଷକ ଇସ୍ତଫା ଦେଇ ଚୁପ୍ ବସିଥିବା ନଜିର ରହିଛି।
ଉଲ୍ଲେଖନୀୟ ଯେ, ଜାଲ୍ ସାର୍ଟିଫିକେଟ କାରବାର ଜିଲା ପାଇଁ କିଛି ନୂଆ କଥା ହୋଇ ରହି ନାହିଁ । ଏଠାରେ ଜାଲ ସାର୍ଟିଫିକେଟ ଯୋଗାଉଥିବା ର଼୍ୟାକେଟ ସକ୍ରିୟ ଥିବା ସନ୍ଦେହ କରାଯାଉଛି। ଗତବର୍ଷ ଜିଲାରେ ଶିକ୍ଷକତା ପାଇଁ ଆବେଦନ କରିଥିବା ୯ ଜଣ ନକଲି ସାର୍ଟିଫିକେଟ୍ଧାରୀଙ୍କୁ ଗିରଫ କରାଯାଇଥିଲା। ଦୁଇମାସ ପୂର୍ବେ ରାଜ୍ୟ ଶିକ୍ଷା ବିଭାଗରୁ ଜିଲାର ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍ ଯାଞ୍ଚ ପାଇଁ ସମସ୍ତ ବ୍ଲକ ଶିକ୍ଷାଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଥିଲା। ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ବି ବର୍ତ୍ତମାନ ସୁଦ୍ଧା ୩୦ ପ୍ରତିଶତରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ସାର୍ଟିଫିକେଟ୍ ଯାଞ୍ଚ ହୋଇପାରି ନାହିଁ। କେତେକ ଶିକ୍ଷକଙ୍କ କ୍ଷେତ୍ରରେ ଉପରଠାଉରିଆ ଯାଞ୍ଚ କରାଯାଉ ଥିବାରୁ ନକଲି ଶିକ୍ଷକମାନେ ସହଜରେ ଖସିଯାଉଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁଙ୍କୁ ପଚାରିବାରୁ କହିଛନ୍ତି, ଜିଲାର ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ସାର୍ଟିଫିକେଟ୍ ଯାଞ୍ଚ ପାଇଁ ବୋର୍ଡକୁ ପଠାଯାଇଛି। ବୋର୍ଡ଼ରୁ ପ୍ରତ୍ୟୁତ୍ତର ଆସିବା ପରେ ଏହା ନକଲି ହୋଇଥିବା ଜଣାପଡିଲେ ଆବଶ୍ୟକ ପଦକ୍ଷେପ ନିଆଯିବ। ସେହିଭଳି ନକଲି ଜାତିଗତ ପ୍ରମାଣପତ୍ର ଦେଇ ଜିଲା ମଙ୍ଗଳ କାର୍ଯ୍ୟାଳୟ ମାଧ୍ୟମରେ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ବାବଦ ଟଙ୍କା ହରିଲୁଟ୍ କରୁଥିବା ଅଭିଯୋଗ ହେଉଛି। ଏପରି କି ଦୀର୍ଘଦିନ ଧରି ବନ୍ଦ ପଡିଥିବା ଅନୁଷ୍ଠାନରେ ପାଠ ପଢୁଥିବା ଦର୍ଶାଇ ହରିଜନ ଓ ଆଦିବାସୀ ପିଲାଙ୍କ ନାଁରେ ବୃତ୍ତି ଟଙ୍କା ଲୁଟ୍ କରାଯାଉଛି । ହେଲେ ଏଭଳି ଅଭିଯୋଗ ଉପରେ ବିଭାଗୀୟ କର୍ତ୍ତୃପକ୍ଷ ଗୁରୁତ୍ୱ ଦେବା ଭଳି ମନେ ହେଉନାହିଁ। ଏନେଇ ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନାଙ୍କୁ ପଚାରିବାରୁ କହିଛନ୍ତି, ସମସ୍ତ ସାର୍ଟିଫିକେଟ୍କୁ ଏବେ ଯାଞ୍ଚ କରାଯାଉଛି । ଏହାମଧ୍ୟରେ କେତେଜଣ ନକଲି ସାର୍ଟିଫିକେଟ୍ଧାରୀଙ୍କୁ ଚିହ୍ନଟ କରାଯାଉଛି। ଆବଶ୍ୟକ ପଡ଼ିଲେ ଏ ନେଇ ପୋଲିସର ଆଶ୍ରୟ ନିଆଯିବ। ସେହିଭଳି ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର ନକଲି ସାର୍ଟିଫିକେଟ୍ରେ ଷ୍ଟାଇପେଣ୍ଡ ନିଆଯାଉଥିବା ଅଭିଯୋଗ ହସ୍ତଗତ ହେବା ପରେ ଏହାର ଯାଞ୍ଚ ଚାଲିଛି ବୋଲି କହିଛନ୍ତି।
Posted inଆମ ଜିଲା ଖବର, ଭଦ୍ରକ View All
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…
ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ
ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…
ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…
ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…
ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ
ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…
ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ
ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…
Archives

