ନଦୀଜଳ ପ୍ରଦୂଷଣ ରୋକିବାକୁ ପ୍ରୟାସ: ୨୬ ସହରରେ ହେବ ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳକୁ ବିଶୋଧନ କରା ନ ଯାଇ ସିଧାସଳଖ ନଦୀକୁ ଛଡ଼ାଯାଉଥିବା ଯୋଗୁ ନଦୀଜଳ ପ୍ରଦୂଷିତ ହେଉଛି। ତେଣୁ ସହରାଞ୍ଚଳ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳର ବିଶୋଧନ ଏବଂ ପରିଚାଳନା ପାଇଁ କି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ବିଧାୟକ ବ୍ୟୋମକେଶ ରାୟ ନଗର ଉନ୍ନୟନ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ଏହାର ଲିଖିତ ଉତ୍ତରରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ରାଜ୍ୟର ସମସ୍ତ ସହରାଞ୍ଚଳରୁ ବାହାରୁ ଥିବା ଜୈବିକ ଓ ଅଣଜୈବିକ ବର୍ଜ୍ୟବସ୍ତୁକୁ ପୃଥକ୍‌ଭାବେ ସଂଗ୍ରହ କରାଯାଉଛି। ତାକୁ ମାଇକ୍ରୋ କମ୍ପୋଷ୍ଟ ସେଣ୍ଟରକୁ ପଠାଯାଇ କମ୍ପୋଷ୍ଟ ପ୍ରସ୍ତୁତ କରାଯାଉଛି। ତାହାକୁ ନେଇ କୃଷିକାର୍ଯ୍ୟରେ ବ୍ୟବହାର କରିବାକୁ ପଦକ୍ଷେପ ନିଆଯାଉଛି। ରାଜ୍ୟରେ ପ୍ରବାହିତ ମହାନଦୀ, କୁଆଖାଇ, କାଠଯୋଡ଼ି ଏବଂ ବ୍ରାହ୍ମଣୀ ନଦୀଜଳକୁ ପ୍ରଦୂଷଣମୁକ୍ତ ରଖିବା ପାଇଁ ଓଡବ୍ଲ୍ୟୁଏସ୍‌ଏସ୍‌ବି ମାଧ୍ୟମରେ ଭୁବନେଶ୍ୱର, କଟକ, ସମ୍ବଲପୁର ଏବଂ ରାଉରକେଲା ଆଦି ସହରଗୁଡିକରେ ନୂତନ ସ୍ବେରେଜ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଏହାସହ ୭ ସହର ଯଥା: ଭୁବନେଶ୍ୱର, ବ୍ରହ୍ମପୁର, ସମ୍ବଲପୁର, ରାଉରକେଲା, ବାରିପଦା, ପୁରୀ ଓ ଢେଙ୍କାନାଳରୁ ନିର୍ଗତ ସେପ୍‌ଟେଜ୍‌କୁ ବିଶୋଧନ କରିବା ପାଇଁ ନୂତନ ସେପ୍‌ଟେଜ୍‌ ପ୍ଲାଣ୍ଟ ନିର୍ମାଣ ହେଉଛି। ବାଲେଶ୍ୱର ଏବଂ କଟକ ସହରର ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଆସନ୍ତା ଅକ୍ଟୋବର ସୁଦ୍ଧା ସମ୍ପୂର୍ଣ୍ଣ କରିବା ପାଇଁ ସରକାର ଲକ୍ଷ୍ୟ ରଖିଥିବା ମନ୍ତ୍ରୀ କହିଛନ୍ତି। ଅନୁଗୋଳରେ ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣାଧୀନ ରହିଛି। ଏହା ବ୍ୟତୀତ ରାଜ୍ୟର ଅନ୍ୟ ୨୬ ସହରାଞ୍ଚଳରେ ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ପଦକ୍ଷେପ ନିଆଯାଉଛି। ଏହାବ୍ୟତୀତ ସହରର ନାଳରୁ ବାହାରୁ ଥିବା ବର୍ଜ୍ୟବସ୍ତୁ ନଦୀକୁ ନ ଯିବା ଲାଗି ସମସ୍ତ ସହରରେ ଥିବା ନାଳରେ ଜାଲି ଲଗାଇବାକୁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ଜେନା ଉତ୍ତର ରଖିଛନ୍ତି। ଯଦି ସରକାର ଏତେ ବ୍ୟବସ୍ଥା କରିଛନ୍ତି, ତେବେ ରାଜ୍ୟରେ ଥିବା ନଦୀଜଳ କାହିଁକି ପ୍ରଦୂଷିତ ହେଉଛି ତାକୁ ନେଇ ବିରୋଧୀ ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି। ସେହିପରି ବିଭିନ୍ନ ନଦୀକୂଳରେ ସରକାର ପ୍ରଦୂଷଣ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରିଛନ୍ତି ବୋଲି କହୁଥିଲେ ମଧ୍ୟ ବାସ୍ତବ ସ୍ଥିତି ସଂପୂର୍ଣ୍ଣ ଭିନ୍ନ।
ଅନ୍ୟପଟେ ସମାନଦିନରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ କହିଛନ୍ତି, ରାଜ୍ୟରେ ୫ ନଦୀଜଳ ପ୍ରଦୂଷିତ ହୋଇଛି। ମହାନଦୀ, ଶଙ୍ଖ, କୋଏଲ, ବ୍ରାହ୍ମଣୀ ଓ ବୈତରଣୀ ନଦୀଜଳ ପ୍ରଦୂଷିତ ହୋଇଯାଇଛି। ମହାନଦୀର ୨ଟି, ଶଙ୍ଖ ଓ କୋଏଲ ନଦୀର ଗୋଟିଏ ସ୍ଥାନରେ ଜଳ ପ୍ରଦୂଷିତ ହୋଇଛି। ସେହିପରି ବ୍ରାହ୍ମଣୀର ୪ ଏବଂ ବୈତରଣୀର ୩ ସ୍ଥାନରେ ଜଳ ପ୍ରଦୂଷିତ ହୋଇଛି। କଟକ ଓ ସମ୍ବଲପୁର ସହରର ପରିତ୍ୟକ୍ତ ଜଳ ମହାନଦୀରେ ମିଶୁଥିବାରୁ ମହାନଦୀର ଦୁଇଟି ସ୍ଥାନରେ ଜଳ ପ୍ରଦୂଷିତ ହୋଇଛି। ସେହିପରି ରାଉରକେଲା ସହରର ପରିତ୍ୟକ୍ତ ପାଣି ଓ ଷ୍ଟିଲ ପ୍ଲାଣ୍ଟର ବର୍ଜ୍ୟବସ୍ତୁ ନିଷ୍କାସନ ଯୋଗୁ ବ୍ରାହ୍ମଣୀ ନଦୀ ପ୍ରଦୂଷିତ ହେଉଥିବା ମନ୍ତ୍ରୀ ଆରୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri