ନଦୀପଠାରୁ ଯୁବତୀଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଦିଗପହଣ୍ଡି,୧୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମ ନିକଟ କଣ୍ଟେଇଯୋଡ଼ି ନଦୀପଠାରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ଦେଓଖାଳି ଗ୍ରାମର ଲଡୁ ନାୟକ ଙ୍କ ଝିଅ ପ୍ରମୋଦିନୀ ଓରଫ ଲତା ନାୟକ (୨୧)।
ପୋଲିସ କହିଛି, ଲତା ତାଙ୍କ ମା’ଙ୍କ ସହ ସକାଳେ ରାଶି ଫସଲ ତଦାରଖ କରିବାକୁ ଚାଷ ଜମିକୁ ଯାଇଥିଲେ। ପରେ ଚାଷ ଜମିରେ କାମ ସାରି ଲତା ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ତେବେ ଝିଅ ଗାଧୋଇ ସାରି ଘରକୁ ଫେରି ଯାଇଥିବା ଭାବି ତାଙ୍କ ମା’ ଚାଷ ଜମିରୁ ଘରକୁ ଫେରିଥିଲେ। ମାତ୍ର ଝିଅ ଘରେ ପହଞ୍ଚି ନ ଥିବା ଦେଖି ତାଙ୍କ ମା’ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ସନ୍ଧାନ ପାଇ ନ ଥିଲେ। ପୂର୍ବାହ୍ନ ପ୍ରାୟ ୧୦ ଟା ରେ ଗ୍ରାମର କେତେକ ବ୍ୟକ୍ତି ନଦୀପଠାରେ ଲତାଙ୍କ ମୃତଦେହ ପଡିଥିବା ଦେଖି ତାଙ୍କ ପରିବାର ଲୋକଙ୍କୁ ସୂଚନା ଦେଇଥିଲେ। ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଘରକୁ ନେଇ ଆସିଥିଲେ। ଏ ନେଇ ଗ୍ରାମରକ୍ଷୀ ଥାନାକୁ ଖବର ଦେବା ପରେ ଚିକିଟି ଏସଡିପି ଓ ସୁରେନ୍ଦ୍ର ନାଥ ମୁର୍ମୁ, ନୂଆଗାଁ ଥାନା ଆଇଆଇସି ମାଧବାନନ୍ଦ ନାୟକ, ପହଞ୍ଚି ମୃତଦେହ ଜବତ କରିବାସହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇ ଦେଇଛି। ଯୁବତୀଙ୍କ ନାକରୁ ରକ୍ତ ବାହାରୁଥିବା ସହ ମୁହଁ ଓ ଶରୀରର ବିଭିନ୍ନ ଭାଗରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?