Posted inଜାତୀୟ

ନଦୀବନ୍ଧ ନିରାପତ୍ତା ବିଲ୍‌ ଲୋକ ସଭାରେ ଗୃହୀତ: ରାଜ୍ୟକୁ କ୍ଷମତା ଦେବା ପାଇଁ ବିଜେଡିର ଦାବି

ନୂଆଦିଲ୍ଲୀ,୩ା୮: ଦେଶର ନଦୀବନ୍ଧଗୁଡିକର ଅନୁଧ୍ୟାନ, ପରିଚାଳନା ଆଦି ପାଇଁ ଆନୁଷ୍ଠାନିକ ବ୍ୟବସ୍ଥା ନିମନ୍ତେ ନଦୀବନ୍ଧ ନିରାପତ୍ତା ବିଲ୍‌ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଛି। ଏହାଦ୍ୱାରା ରାଜ୍ୟଗୁଡିକର କ୍ଷମତା ଦଖଲ କରିବା ଉଦ୍ଦେଶ୍ୟ କେନ୍ଦ୍ରର ନାହିଁ ବୋଲି ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ କହିଥିଲେ। ନଦୀବନ୍ଧଗୁଡିକର ନିରାପତ୍ତା ଚିନ୍ତାଜନକ ବୋଲି ବିଜୁ ଜନତା ଦଳ (ବିଜେଡି) କହିବା ସହିତ ଏଥିପାଇଁ ରାଜ୍ୟ ସରକାରମାନଙ୍କୁ କ୍ଷମତା ପ୍ରଦାନ କରିବାକୁ କେନ୍ଦ୍ରକୁ ଅନୁରୋଧ କରିଛି। ଆଲୋଚନାରେ ଭାଗନେଇ ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ କହିଥିଲେ, ବିଲ୍‌ରେ ଅନେକ ଅସଙ୍ଗତି ରହିଛି। ନଦୀବନ୍ଧ ପରିଚାଳନାରେ ବିଫଳତା ବଡ଼ ତ୍ରୁଟି। ଏଥିପାଇଁ ଅନେକ ଲୋକ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ସମାଧାନ ଲାଗି ରାଜ୍ୟମାନଙ୍କୁ କ୍ଷମତା ଦିଆଯିବା ଉଚିତ ବୋଲି ସେ ପ୍ରସ୍ତାବ ଦେଇଥିଲେ। ନଦୀବନ୍ଧ ନିରାପତ୍ତା ଦାୟିତ୍ୱ ନେବା ଲାଗି କେନ୍ଦ୍ର ବିଲ୍‌ ମାଧ୍ୟମରେ କ୍ଷମତା ହାତେଇବାକୁ ଚାହୁଁଛି ବୋଲି ଭର୍ତ୍ତୃହରି କହିଥିଲେ। ଉପା ସରକାର ବେଳେ ଏହି ବିଲ୍‌ ଆଗତ ହୋଇଥିଲା ଏବଂ ନଦୀବନ୍ଧର ବିଫଳତାରୁ ହେଉଥିବା ବିପର୍ଯ୍ୟୟ ପାଇଁ ବିପନ୍ନ ଲୋକଙ୍କୁ କ୍ଷତିପୂରଣ ଯୋଗାଇଦେବାକୁ ଷ୍ଟାଣ୍ଡିଂ କମିଟି ସୁପାରିସ କରିଥିଲେ। ବର୍ତ୍ତମାନର ବିଲ୍‌ରେ କ୍ଷତିପୂରଣ ବ୍ୟବସ୍ଥା ନ ଥିବା ବିଜେଡି ଏମ୍‌ପି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri