ନଦୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ତେଲକୋଇ,୨୪।୫(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳ ଦେଇ ପ୍ରବାହିତ ସାମାକୋଇ ନଦୀ ଗଣ୍ଡରୁ ଗଣେଶ୍ୱର ଧୀବର (୬୩) ନାମକ ଜଣେ ବ୍ୟକ୍ତିଙ୍କର ମୃତଦେହକୁ ପୋଲିସ ଗୁରୁବାର ଉଦ୍ଧାର କରିଛି। ସେ ବୁଧବାର ନଦୀ ପାର ହୋଇ ଘରକୁ ଫେରୁଥିବା ବେଳେ ଗଣ୍ଡରେ ଗୋଡ ଖସିଯିବାରୁ ପାଣିରେ ବୁଡିଯାଇ ପ୍ରାଣ ହରାଇଥିବା ଅନୁମାନ କରାଯାଉଛି। ତେଲକୋଇ ଥାନା ପୋଲିସ ମୃତଦେହକୁ ସ୍ଥାନୀୟ ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇ ତଦନ୍ତ କରୁଛି। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ ତେଲକୋଇ ଥାନା ଦନ୍ଦୁଆମୁଣ୍ଡା ଗ୍ରାମର ଗଣେଶ୍ୱର ସ୍ତ୍ରୀ ଗୋଲାପଙ୍କ ସହ ବୁଧବାର ଜଙ୍ଗଲରୁ ସରଗିଫୁଲ ଓ ଶାଳମଞ୍ଜି ସଂଗ୍ରହ ପାଇଁ ଯାଇଥିଲେ। ଗଣେଶ୍ୱର ସରଗି ଫୁଲ ଓ ଶାଳମଞ୍ଜି ସଂଗ୍ରହ କରି ଗୋଲାପଙ୍କ ହାତରେ ଘରକୁ ପଠାଇ ଦେଇଥିଲେ। ସେ ନିଜେ ଜାଳେଣି କାଠ ଧରିି ଘରକୁ ଫେରିବେ ବୋଲି କହିଥିଲେ। ଶାଳମଞ୍ଜି ଓ ଫୁଲ ଧରି ଗୋଲାପ ଘରକୁ ଫେରିବାର ଦୀର୍ଘ ସମୟ ଯାଏ ଗଣେଶ୍ୱର ନ ଫେରିବାରୁ ଖୋଜାଖୋଜି କରିଥିଲେ। ବୁଧବାର ରାତି ସୁଦ୍ଧା ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ଗୋଲାପ ଓ ତାଙ୍କର ୩ ପୁଅ ଗୁରୁୁବାର ସକାଳେ ଖୋଜାଖୋଜି କରିବା ସମୟରେ ସାମାକୋଇ ନଦୀ ନରହରି ଗଣ୍ଡରେ ତାଙ୍କର ମୃତଦେହ ଭାସୁଥିବା ଦେଖିଥିଲେ। ଏନେଇ ଥାନାକୁ ଖବର ଦିଆଯିବାରୁ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri