ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଫୁଲବାଣୀ ଅଫିସ, ୩୧ା୮-ଫୁଲବାଣୀ ସହର ଡାମିଗାଁ ପାଖ ସାଲୁଙ୍କି ନଦୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ପୋଲିସ କହିଛି। ମୃତ ଜଣକ ହେଲେ ଫିରିଙ୍ଗିଆ ବ୍ଲକ ନୂଆପଦର ପଞ୍ଚାୟତ ବିଲୁପଦର ଗ୍ରାମର ରାଜୀବ ଲୋଚନ ବେହେରା। ସେ ଫୁଲବାଣୀ କେନ୍ଦୁପଦରରେ ରହୁଥିଲେ ଏବଂ ଡାମିଗାଁରେ ବିବାହ କରିଥିଲେ। ରାଜୀବ ଏଠାରେ ରହି ରଙ୍ଗ ମିସ୍ତ୍ରି ଭାବେ କାମ କରୁଥିଲେ। ଗୁରୁବାର ସେ ଶ୍ୱଶୁର ଘରକୁ ଯାଇଥିଲେ। ସକାଳେ ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ରାଜୀବଙ୍କ ମୁହଁରେ ଆଘାତ ଲାଗିଥିବା ବେଳେ ଗୁପ୍ତାଙ୍ଗକୁ କାଟି ଦିଆଯାଇଛି। ତେଣୁ ତାଙ୍କୁ ହତ୍ୟା କରାଯାଇଛି ବୋଲି ଭାଇ ପ୍ରକାଶ ବେହେରା ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି। ଅନ୍ୟପଟେ ରାଜୀବଙ୍କ ସ୍ତ୍ରୀ କହିଛନ୍ତି, ସ୍ବାମୀ ରାତିରେ ଆସିବେ ବୋଲି କହିଥିଲେ। ହେଲେ ଏତେ ରାତିରେ ନ ଆସିବାକୁ ତାଙ୍କୁ ବାରଣ କରିଥିଲି। ସକାଳେ ଦାଦା ନଦୀକୁ ଗାଧୋଇ ଯାଇଥିବା ବେଳେ ସ୍ବାମୀ ମୁହଁ ମାଡିହୋଇ ପଡିଥିବା ଦେଖି ଖବର ଦେଇଥିଲେ। ରାତିରେ ଆସିବା ବେଳେ ଗୋଡ ଖସି ଯିବାରୁ ମୃତ୍ୟୁ ହୋଇଥାଏ ପାରେ ବୋଲି ସେ କହିଛନ୍ତି। ଏ ନେଇ ଥାନାରେ ନଂ.୧୨୪/୧୯ରେ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଛି। ବ୍ୟବଚ୍ଛେଦ ରିପୋର୍ଟ
ଆସିଲେ ସତ୍ୟାସତ୍ୟ ଜଣାପଡିବ ବୋଲି ଦାୟିତ୍ୱରେ ଥିବା ଥାନାଧିକାରୀ
ବିଦ୍ୟାଭାରତୀ ନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri