ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅନ୍ତଗର୍ର୍ତ ରଘୁନାଥପୁର ଗ୍ରାମର ହରିହର ତରେଇ (୪୬)ଙ୍କ ମୃତଦେହକୁ ରବିବାର ବୁଢ଼ାବଳଙ୍ଗ ନଦୀରୁ ପୋଲିସ ଉଦ୍ଧାର କରିଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୩/୨୦) ରୁଜୁ କରି ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇଛି। ଗତ ୧୬ ତାରିଖରୁ ହରିହର ନିଖୋଜ ଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ବୁଢ଼ାବଳଙ୍ଗ ନଦୀର ଫାଣ୍ଡି ମାଳିଆମୁହଁ ନିକଟରେ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଫାଣ୍ଡି ଅଧିକାରୀ ଉମାକାନ୍ତ ଧଳ ନଦୀରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri