ଶେରଗଡ଼/ହିଞ୍ଜିଳିକାଟୁ,-୨୭ା୮(ଡି.ଏନ୍.ଏ.)-ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା କାଞ୍ଜିଆମା ଗ୍ରାମରେ ରବିବାର ଖୁଦୁରୁକୁଣୀ ଓଷା ପାଇଁ ବାଲୁଙ୍କା ପୂଜା କରିବାକୁ ଯାଇ ଋଷିକୂଲ୍ୟା ନଦୀରେ ଭାସିଯାଇ ନିଖୋଜ ଥିବା ସିଲି ବେହେରାଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ହିଞ୍ଜିଳିକାଟୁ ବ୍ଲକ ଗିରିଆ ନଦୀ ତଟରେ ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ଥାନାକୁ ଜଣାଇଥିଲେ। ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ନିଖୋଜ ସିଲିଙ୍କ ପରିବାରକୁ ସୂଚନା ଦେଇଥିଲା। ପରିବାର ଲୋକେ ସେଠାରେ ପହଞ୍ଚି ତାହା ସିଲିଙ୍କ ମୃତଦେହ ବୋଲି ଚିହ୍ନଟ କରିଥିଲେ। ପରେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ଏ ନେଇ ନଂ.୨୧/୧୯ରେ ଅପମତ୍ୟୁ ମାମଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ବାଲୁଙ୍କା ପୂଜା ପାଇଁ ବାଲି ଆଣିବାକୁ ଋଷିକୂଲ୍ୟା ନଦୀକୁ ଯାଇଥିବା ବେଳେ ସିଲିଙ୍କ ସମେତ ୫ ଯୁବତୀ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ ଗ୍ରାମବାସୀ ଉଦ୍ଧାର କରିଥିଲେ ମଧ୍ୟ ସିଲିଙ୍କୁ ପାଇ ନ ଥିଲେ। ଦମକଳବାହିନୀ ବି ସନ୍ଧ୍ୟା
ପର୍ଯ୍ୟନ୍ତ ନଦୀରେ ଖୋଜିଥିଲେ ମଧ୍ୟ ସିଲିଙ୍କ ପତ୍ତା ମିଳି ନ ଥିଲା।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

