ନଦୀରେ ବୁଡି ଜଣଙ୍କ ଜୀବନ ଗଲା

ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ ସାହୁ(୬୧)। ପୂର୍ବରୁ ସେ ବାତଜନିତ ରୋଗରେ ପୀଡିତ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ପ୍ରକାଶ ଯେ, ପାରିବାରିକ କଳହରୁ ମାନସିକ କଷ୍ଟରେ ପୀଡିତ ହୋଇ ମାଗିଯାଚି ଚଳୁଥିଲେ। ସ୍ଥାନୀୟ ଲୋକେ ରବିବାର ସାରେ ପଞ୍ଚୁ ନଦୀରେ ଗାଧୋଉ ଥିବାର ଦେଖିଥିଲେ। ସେହିଠାରେ ତାଙ୍କ ଗୋଡ଼ ଖସି ଯାଇ ପାଣିରେ ବୁଡି ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି l ପାଣିରେ ବୁଡି ଯାଇଥିବା ଖବର ପାଇ ଅଗ୍ନିଶମ ବିଭାଗ ଏବଂ ସ୍ଥାନୀୟ ପୋଲିସ ପହଞ୍ଚି ମୃତ ପଞ୍ଚୁଙ୍କୁ ଉଦ୍ଧାର କରି ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ଅଶୋକ କୁମାର ସାବତ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ସ୍ଥାନୀୟ ପୋଲିସ ଭଞ୍ଜନଗର ମେଡିକାଲକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ଥିବା ସୂଚନା ମିଳିଛି l ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri