ଭଣ୍ଡାରିପୋଖରୀ,୧୭ା୬(ଡି.ଏନ୍.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ପଞ୍ଚାୟତର ଚଣ୍ଡୀମାତା ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସଙ୍ଗରୋଧ କେନ୍ଦ୍ରରୁ ଜଣେ ଏବଂ ସଙ୍ଗରୋଧ ଅବଧିରୁ ବାହାରିବାର ୨ ଦିନ ପରେ ଆଉ ଜଣେ ଚିହ୍ନଟ ହୋଇଥିଲେ। ଗ୍ରାମର ଜଣେ ବ୍ୟକ୍ତି ଗତମାସ ୨୮ତାରିଖରେ କୋଲକାତାରୁ ଆସି ନପଙ୍ଗ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଗତ ୧୦ ତାରିଖରେ ତାଙ୍କର ସ୍ବାବ୍ ପରୀକ୍ଷା ପାଇଁ ନିଆଯାଇଥିଲା। ୧୧ ତାରିଖରେ ସଙ୍ଗରୋଧ ଅବଧି ସରିବା ପରେ ହୋମ୍ କ୍ୱାରାଣ୍ଟାଇନ୍କୁ ଯାଇ ବାହାରେ ବୁଲାବୁଲି କରିଥିଲେ। ଆକ୍ରାନ୍ତ ଦ୍ୱୟଙ୍କୁ କୋଭିଡ୍ ହସ୍ପିଟାଲ୍ ପଠାଯାଇଛି। ୧୪ ତାରିଖରେ ପଜିଟିଭ୍ ରିପୋର୍ଟ ଆସିବା ପରେ ପ୍ରଶାସନ ପକ୍ଷରୁ ନପଙ୍ଗ ପଞ୍ଚାୟତକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା ସହ ସଙ୍ଗରୋଧ କେନ୍ଦ୍ର ସହ ନପଙ୍ଗ ରାଜସ୍ବ ଗ୍ରାମକୁ ସମ୍ପୂଣ୍ଣର୍ର୍ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି।
ସୋମବାର ଅପରାହ୍ନରେ ସ୍ଥାନୀୟ ପୋଲିସ ପକ୍ଷରୁ ପଞ୍ଚାୟତର ବିଭିନ୍ନ ପ୍ରବେଶ ପଥକୁ ସିଲ୍ କରାଯିବା ସହ ଲୋକଙ୍କ ଯିବା ଆସିବା ଉପରେ ରୋକ ଲଗାଯାଇଛି। ଏହା ୧୪ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ସୀମା ମଧ୍ୟରେ ପଞ୍ଚାୟତର ଜନସାଧାରଣ କେହି ବାହାରକୁ ନ ଯିବା ପାଇଁ ସରପଞ୍ଚ କାମିନିବାଳା ନାୟକ ଅନୁରୋଧ କରିଛନ୍ତି। କଣ୍ଟେନ୍ମେଣ୍ଟ ଜୋନ୍ରେ ଲୋକମାନଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଉଥିବା ସରପଞ୍ଚ ପ୍ରତିନିଧି ଆକାଶ ନାୟକ ପ୍ରକାଶ କହିଛନ୍ତି। ନପଙ୍ଗ ରାଉତ ଓ ସାମଲସାହି ହଟସ୍ପଟ ଜୋନ ଓ ନପଙ୍ଗ ରାଜସ୍ବ ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ କରାଯାଇ ପୋଲିସ ଜଗିଛି। ଗ୍ରାମର ମାଲଦା-କେଲାପଦି, ସାତଗୋଛିଆ, ନପଙ୍ଗ ଦାଶସାହି ଛକ, ମାଲଦା ଗାଁ ପାଖ, ଧୋଳେଶ୍ୱର ମନ୍ଦିର ଛକ ରାସ୍ତାକୁ ସିଲ୍ କରାଯାଇଛି।
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…
ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା
ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…
ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…
ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…
ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

