ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ରସାଳପୁର,୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଅମ୍ବିକା ନାମ୍ନୀ ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶାଶୁଘର ଲୋକେ ତାଙ୍କୁ ହତ୍ୟା କରି ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୃତଦେହକୁ ଗଡ଼ିଆରେ ପକାଇ ଏହାକୁ ଆତ୍ମହତ୍ୟା ରୂପ ଦେବା ଲାଗି ଉଦ୍ୟମ କରିଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ଏନେଇ ଏକ ମାମଲା (ନଂ. ୯୪/୨୦) ରୁଜୁ କରି ମୃତା ମହିଳାଙ୍କ ସ୍ବାମୀଙ୍କୁ ଅଟକ ରଖି ତଦନ୍ତ କରୁଛି। ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇ ରିପୋର୍ଟକୁ ଅପେକ୍ଷା ରଖିଛି ପୋଲିସ । ଅନ୍ୟପକ୍ଷେ ଝିଅର ମୃତ୍ୟୁ ଖବର ପାଇ ପରିବାର ଲୋକେ ଓ ଗ୍ରାମର କେତେକ ବ୍ୟକ୍ତି ସେଠାରେ ପହଞ୍ଚି ତାଙ୍କ ସ୍ବାମୀକୁ ମାରଧର କରିବା ସହିତ ଘରର ଝରକା, ଗ୍ରୀଲ୍‌ ଏବଂ ଆସବାବପତ୍ର ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏନେଇ ବାପ ଘରର ୩ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଥିବା ପୋଲିସ କହିଛି।
ସୋମବାର ଭୋର୍‌ ସାଢ଼େ ୪ଟା ସମୟରେ ଅମ୍ବିକା ଘରେ ନ ଥିବା ଦେଖି ସ୍ବାମୀ ଗୌରାଙ୍ଗ ସ କସବା ଫାଣ୍ଡିକୁ ଜଣାଇଥିଲେ। ପରେ ଘର ପଛପଟ ଗଡ଼ିଆରୁ ତାଙ୍କ ମୃତଦେହ ମିଳିଥିଲା ବୋଲି ପରିବାର ଲୋକେ ଦର୍ଶାଇଛନ୍ତି। ଗତବର୍ଷ ଏପ୍ରିଲରେ ବିବାହ କରିଥିବା ଅମ୍ବିକାଙ୍କ ବାପଘର ସୋର ଥାନା ଅଞ୍ଚଳରେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri