Posted inପୁରୀ

ନବବଧୂ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବି: ଥାନା ସମ୍ମୁଖରେ ବାପଘର ଗ୍ରାମବାସୀଙ୍କ ଧାରଣା

କୃଷ୍ଣପ୍ରସାଦ,୭ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳଗାଁରେ ଅଧିକ ଯୌତୁକ ଦାବି କରି ମାମାଲି ପଲେଇ ନାମକ ଜଣେ ନବବଧୂଙ୍କୁ ଶ୍ୱଶୁର ଘର ପରିବାର ତରଫରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଚଳିତ ମାସ ୧ ତାରିଖରେ ଉକ୍ତ ଘଟଣା ଘଟିଥିଲେ ମଧ୍ୟ ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ମୋରଡ଼ା ନୂଆଗାଁ ଗ୍ରାମସ୍ଥିତ ମୃତକାଙ୍କ ବାପଘର ପରିବାର ଓ ଗ୍ରାମବାସୀ ପକ୍ଷରୁ ଉତ୍ତେଜନା ସୃଷ୍ଟିହୋଇଛି। ତେଣୁ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ, ବିବାହ ସମୟରେ ଦିଆଯାଇଥିବା ସମସ୍ତ ଯୌତୁକ ଅର୍ଥ ଓ ସାମଗ୍ରୀ ଫେରସ୍ତ ଦାବି ନେଇ ରବିବାର ମୋରଡା ନୂଆଗାଁର ଶତାଧିକ ମହିଳା, ପୁରୁଷ ଥାନା ସମ୍ମୁଖରେ ଧାରଣାରେ ବସିଛନ୍ତିି ା ସୂଚନାଯୋଗ୍ୟ କି, ମାମାଲିଙ୍କ ଶାଶୁ, ଶ୍ୱଶୁର ଓ ସ୍ବାମୀଙ୍କ ନାମରେ କୃଷ୍ଣପ୍ରସାଦ ଥାନାରେ ହତ୍ୟା ଅଭିଯୋଗ ହୋଇଥିଲା। ମୃତକାଙ୍କ ଦାଦା ସଠିଆ ପ୍ରଧାନ ଏବଂ ମା’ ସରୋଜିନୀ କହିଛନ୍ତି, ଅଭିଯୁକ୍ତଙ୍କୁ ଗିରଫ ନ କରିବା ପର୍ଯ୍ୟନ୍ତ ଆମେ ଧାରଣାରୁ ଉଠିବୁ ନାହିଁ ା ଏ ସମ୍ପର୍କରେ କୃଷ୍ଣପ୍ରସାଦ ଥାନା ସବ୍‌ଇନିସପେକ୍ଟର ନାରାୟଣ ପ୍ରଧାନଙ୍କୁ ପଚାରିବାରୁ ବର୍ତ୍ତମାନ ପରିସ୍ଥିତିରେ ସେ କିଛି ଉତ୍ତର ଦେବାକୁ ଇଚ୍ଛା ପ୍ରକାଶ କରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri