ନବବିବାହିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ଶାଶୁ, ଶ୍ୱଶୁର, ଦିଅର ଫେରାର

ଓଡଗାଁ, ୧୧।୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡଗାଁ ଆଦର୍ଶ ଥାନା ଅନ୍ତର୍ଗତ ବାଉଁଶଗାଡ଼ିଆ ଲେଙ୍କାସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ନବବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ସୁନୀତା ଲେଙ୍କା (୧୯)।
ସୁନୀତାଙ୍କ ବାପଘର ଶିଖରପୁର ହୋଇଥିବା ବେଳେ ତାଙ୍କର ୯ ମାସ ପୂର୍ବରୁ ଲେଙ୍କାସାହିର କାର୍ତ୍ତିକ ଲେଙ୍କାଙ୍କ ସହିତ ବିବାହ ହୋଇଥିଲା। କାର୍ତ୍ତିିକ କେରଳରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରିବାକୁ ଯାଇଥିବା ବେଳେ ସୁନୀତା ଶାଶୁଘରେ ରହୁଥିଲେ। ତେବେ ସେ ଏହି ଘଟଣାର ୫ ଦିନ ପୂର୍ବରୁ ବାପଘରୁ ଫେରିବା ପରେ କୌଣସି କାରଣରୁ ଶାଶୁ, ଶ୍ୱଶୁରଙ୍କ ସହିତ ଝଗଡା ହୋଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ମୃତ୍ୟୁର କାରଣ ଜଣାପଡି ନ ଥିବା ବେଳେ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଘଟଣା ପରେ ଶାଶୁ, ଶ୍ୱଶୁର ଦିଅର ଫେରାର ହୋଇ ଯାଇଥିବା ବେଳେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଛି। ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ତଦନ୍ତକାରୀ ଅଧିକାରିଣୀ ସ୍ନେହଲତା ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri