ନବବିବାହିତା ମହିଳାଙ୍କୁ ପୋଲିସର ଦୁର୍ବ୍ୟବହାର ଅଭିଯୋଗ : କାର୍ଯ୍ୟାନୁଷ୍ଠାନ ଦାବି

କେନ୍ଦୁଝର/ଆନନ୍ଦପୁର/ହାଟଡିହୀ,୬।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଗହଳଡାହି ଅଞ୍ଚଳରେ ଜଣେ ନବବିବାହିତା ମହିଳାଙ୍କୁ ୨ ଥାନା ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି।
ଅଭିଯୋଗନୁଯାୟୀ, ଗତ ୨ ତାରିଖ ରାତିରେ ବଉଳା ଫାଣ୍ଡି ଅଧିକାରୀ କୀର୍ତ୍ତନ ବିହାରୀ ମହାନ୍ତ ସମ୍ପୃକ୍ତ ମହିଳାଙ୍କ ଘର ନିକଟରେ ପହଞ୍ଚି ତାଙ୍କୁ ଓ ତାଙ୍କ ସ୍ବାମୀଙ୍କୁ ଫାଣ୍ଡିକୁ ଯିବା ପାଇଁ କହିଥିଲେ। ମାତ୍ର କୌଣସି ମହିଳା ପୋଲିସ କର୍ମଚାରୀ ନ ଥିବାରୁ ଫୋଣ୍ଡିକୁ ଯିବେନି ବୋଲି ଉକ୍ତ ମହିଳା ମନା କହିଥିଲେ। ପରେ ଫାଣ୍ଡି ଅଧିକାରୀ ନବବିବାହିତାଙ୍କୁ ଗାଡିରେ ବସାଇ ଫାଣ୍ଡିକୁ ନେଇଥିଲେ। ସ୍ବାମୀକୁ ଫାଣ୍ଡିରେ ରଖିଥିବା ବେଳେ ସ୍ତ୍ରୀଙ୍କୁ ଅନ୍ୟ ଏକ କୋଠରୀରେ ଧମକ ଚମକ ଦେବା ସହ ଦୁର୍ବ୍ୟବହାର କରିଥିଲେ। ତେବେ ମହିଳାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଫାଣ୍ଡିରେ ପହଞ୍ଚିବାରୁ ପାଣ୍ଡି ଅଧିକାରୀ ତାଙ୍କୁ ଛାଡି ଦେଇଥିଲେ। କିଛି ସମୟ ପରେ ସୋସୋ ଥାନା ଅଧିକାରୀ ଗଗନ ନାୟକ ଫାଣ୍ଡିରେ ପହଞ୍ଚି ସ୍ତ୍ରୀସ୍ବାମୀଙ୍କୁ ଧମକ ଦେଇ ବିବାହ ପ୍ରମାଣପତ୍ର ମାଗିଥିଲେ। ପ୍ରମାଣପତ୍ର ଦେଖାଇବା ପରେ ସେମାନେ ଘରକୁ ଫେରିଥିଲେ। ଏ ନେଇ ଶୁକ୍ରବାର ସୋସୋ ଥାନା ଭାରପ୍ରାପ୍ତ ଅଧିକାରୀ ଓ ବଉଳା ଫାଣ୍ଡି ଅଧିକାରୀ ଦୁର୍ବ୍ୟବହାର କରିଥିବା ନେଇ ଆନନ୍ଦପୁର ଡିଏସ୍‌ପି ବିଦ୍ୟୁତ୍‌ ପଣ୍ଡାଙ୍କ ନିକଟରେ ମହିଳା ଅଭିଯୋଗ କରିବାସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ତେବେ ଘଟଣାର ତଦନ୍ତ କରାଯାଇ ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ଡିଏସ୍‌ପି ପଣ୍ଡା କହିଛନ୍ତି। ଅପର ପକ୍ଷରେ ମହିଳାଙ୍କ ଏପରି ଅଭିଯୋଗକୁ ଫାଣ୍ଡି ଓ ଥାନା ଭାରପ୍ରାପ୍ତ ଅଧିକାରୀ ଅସ୍ବୀକାର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri