Posted inରାଜ୍ୟ

ନବୀକରଣ ହୋଇପାରୁନି ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନା: ୨ ମାସ ହେଲା ସରୁନି ପ୍ରଶାସନିକ କାର୍ଯ୍ୟ

ଭାପୁର,୨୪ା୭ (ଡି.ଏନ୍‌.ଏ): ଦୀର୍ଘ ୨୦ ବର୍ଷ କାଳ ଓଡ଼ିଶାରେ ବିଜେଡି ସରକାର ଅମଳରେ ସବୁଠାରୁ ଅବହେଳିତ ଅବସ୍ଥାରେ  ଖବରଦାତାମାନେ ରହିଛନ୍ତି। ରାଜ୍ୟରେ ସେମାନଙ୍କୁ ଚିହ୍ନଟ କରି ବିଭିନ୍ନ ସୁବିଧା, ସୁଯୋଗ ଦେବା ପାଇଁ ଗଣମାଧ୍ୟମ ପ୍ରତିନିଧିମାନେ ଦୀର୍ଘ ୫୦ ବର୍ଷ ହେଲା ଦାବି କରି ଆସୁଥିବା ସତ୍ତ୍ୱେ ଏମାନଙ୍କୁ ଚିହ୍ନଟ କରାଯାଇପାରୁ ନ ଥିଲା। ଗତବର୍ଷ ରାଜ୍ୟର ୬ ହଜାର ଖବରଦାତା ଚିହ୍ନଟ ହେବା ପରେ ସେମାନଙ୍କୁ ରାଜ୍ୟ ସରକାର ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟବୀମା ଯୋଗାଇ ଦେଇଥିଲେ। ଅପରପକ୍ଷରେ ବିଜୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ସାଧାରଣ ଲୋକମାନଙ୍କୁ ୫ଲକ୍ଷ ଟଙ୍କାର ବୀମା ଓ ମହିଳାମାନଙ୍କୁ ୧୦ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଦେବାକୁ ସରକାର ଘୋଷଣା କରିଛନ୍ତି। ରାଜ୍ୟରେ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ ୫ଲକ୍ଷ ଓ ୧୦ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉଥିବାବେଳେ ହାତଗଣତି ଖବରଦାତାଙ୍କୁ ୨ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଦେଇ ରାଜ୍ୟ ସରକାର ଖବରଦାତା ବିରୋଧୀ ପରିଚୟ ଦେଇଛନ୍ତି। ଅନ୍ୟପକ୍ଷରେ ସେହି ୨ ଲକ୍ଷ ଟଙ୍କାର ବୀମା ଯୋଗାଉଥିବା ବେଳେ ଏହା ଗତ ମେ ମାସ ୩୧ ତାରିଖଠାରୁ ତା’ର ଅବଧି ସରିଯାଇଥିଲେ ହେଁ ଏହା ନବୀକରଣରେ ଅହେତୁକ ବିଳମ୍ବ କରାଯାଉଛି। ଯାହାଯୋଗୁ ହଜାର ହଜାର ଖବରଦାତା ପରିବାର ଏହି ଯୋଜନାରୁ ଏବେ ବାଦ୍‌ ପଡ଼ିଛନ୍ତି। ଏ ନେଇ ନୟାଗଡ଼ ଜିଲା ଲୋକସମ୍ପର୍କ ଅଧିକାରୀ କୁହନ୍ତି ଯେ, ଆମେ ଜିଲାର ସମସ୍ତ ଖବରଦାତାଙ୍କ ସ୍ବାସ୍ଥ୍ୟବୀମା ନବୀକରଣ ପାଇଁ ରାଜ୍ୟକୁ ପଠାଇ ଦେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri