ବିଜେପୁର ଉପନିର୍ବାଚନ: ନବୀନଙ୍କୁ ଟପିଲେ ରୀତା

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦- ଚଳିତ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ରେକର୍ଡ ସୃଷ୍ଟି ଦିଗରେ ଅଗ୍ରସର ହେଉଛନ୍ତି। ଏପରିକି ଗତ ସାଧାରଣ ନିର୍ବାଚନରେ ଦଳୀୟ ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ହୋଇ ଯେଉଁ ବ୍ୟବଧାନରେ ଜିତିଥିଲେ, ରୀତା ଏଥର ଭୋଟ ଗଣତିର ୧୨ ରାଉଣ୍ଡରୁ ତାହା ଅତିକ୍ରମ କରି ସାରିଲେଣି। ଗତ ସାଧାରଣ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆସନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ସନତ ଗଡତିଆଙ୍କଠାରୁ ୫୭ହଜାର ୧୨୨ ଭୋଟ ବ୍ୟବଧାନରେ ଜିତିଥିଲେ। ସେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ୧ଲକ୍ଷ ୧୦ହଜାର ୩୦୮ ମିଳିଥିବା ବେଳେ ସନତଙ୍କୁ ୫୩ହଜାର ୪୮୨ ଖଣ୍ଡ ଭୋଟ ମିଳିଥିଲା । ହେଲେ ଏଥର ଭୋଟ ଗଣତିର ୧୨ ରାଉଣ୍ଡରୁ ରୀତା ଭାଜପା ପ୍ରାର୍ଥୀ ସନତଙ୍କଠାରୁ ୫୯ହଜାର ୬୬୬ ଭୋଟରେ ଆଗୁଆ ରହି ସେହି ବ୍ୟବଧାନ ରେକର୍ଡକୁ ଭାଙ୍ଗି ସାରିଛନ୍ତି ଏବଂ ଏକ ନୂତନ ରେକର୍‌ ସୃଷ୍ଟି ଦିଗରେ ଅଗ୍ରସର ହେବାକୁ ଯାଉଛନ୍ତି । ପଦ୍ମପୁର ଆରଏମସି ଗୋଦାମ ପରିସରରେ ଚାଲିଥିବା ଗଣତିର ୧୬ ରାଉଣ୍ଡ ସୁଦ୍ଧା ବିଜେଡିର ରୀତା ସାହୁ ୮୦ହଜାର ୨୭୦ ଭୋଟରେ ଆଗୁଆ ଅଛନ୍ତି।ରୀତାଙ୍କୁ ମୋଟ ୧ଲକ୍ଷ ୧୦ ହଜାର ୮୫ ଖଣ୍ଡ ଭୋଟ ମିଳିଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ସନତ ଗଡତିଆଙ୍କୁ ୨୯ହଜାର ୮୧୫ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ଦିଲ୍ଲିପ ପଣ୍ଡା ୪୬୦୮, ହିନ୍ଦୁ ମହାସଭାର ଅଶୋକ ମିତ୍ତଲ ୯୪୨, ସ୍ବାଧୀନ ପ୍ରାର୍ଥୀ ବୃନ୍ଦାବନ ପୁରୋହିତ ୭୬୭ ଖଣ୍ଡ ଭୋଟ ପାଇଥିଲାବେଳେ ନୋଟାରେ ୧୬୧଼୮ ଖଣ୍ଡ ଭୋଟ ପଡିଛି। ଏପର୍ଯ୍ୟନ୍ତ ୧ଲକ୍ଷ ୪୭ହଜାର ୮୩୫ ଖଣ୍ଡ ଭୋଟ ଗଣତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ସାରା ଜଗତର କଲ୍ୟାଣ ପାଇଁ ହଜାର ହଜାର କିଲୋମିଟର ପଦଯାତ୍ରା କଲେ ଜୈନ ମୁନି, ସଦମାର୍ଗରେ ଚାଲିବାକୁ…

କେସିଙ୍ଗା,,୧୨।୭(ତୁମେଶ୍ୱର ସାହୁ): ଜୈନ ମୁନି ହିମାଂଶୁ ରାଜସ୍ଥାନରୁ ହଜାର ହଜାର କିଲୋମିଟର ପଦ ଯାତ୍ରା କରି ସାତ ଗୋଟି ନିୟମକୁ ଆଧାର କରି କେସିଙ୍ଗାର ରାଇସ ମିଲରେ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri