ନବୀନଙ୍କ କଡ଼ା ଆଭିମୁଖ୍ୟ: ୧୫ ଦୁର୍ନୀତିଗ୍ରସ୍ତ ଅଧିକାରୀ ବରଖାସ୍ତ, ୨ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଅଭିଯୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୫ ଜଣ ଅଧିକାରୀଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଏଥିସହିତ ଦୁଇଜଣ ପୂର୍ବତନ ଅଧିକାରୀଙ୍କ ପେନସନ୍‌ ସୁବିଧା ସମ୍ପୂର୍ଣ୍ଣରୂପେ ବନ୍ଦ କରିଛନ୍ତି। ଏହି ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କରାଯାଇଥିବା ତଦନ୍ତରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ସରକାରୀ ଚାକିରିରୁ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଉଛନ୍ତି- ବାଣିଜ୍ୟ ଓ ପରିବହନ ବିଭାଗ ବୌଦ୍ଧ ଜିଲା ପୂର୍ବତନ ଆଇଏମ୍‌ଭି ଦେବୀପ୍ରସାଦ ପାଢୀ, ସମବାୟ ବିଭାଗର ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସମବାୟ ସମିତିର ପୂର୍ବତନ ସମ୍ପାଦକ ଦେବଦତ୍ତ ଦାଶ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଉମରକୋଟ ପୌରପରିଷଦ ଅକ୍ଟ୍ରାଇ ଟ୍ୟାକ୍ସ ସରକାର କାଳିପ୍ରସାଦ ସିଂ, ପଞ୍ଚାୟତିରାଜ ବିଭାଗର ଭଦ୍ରକ ଜିଲା ଧାମନଗର ତହସିଲର ପୂର୍ବତନ କନିଷ୍ଠ କିରାଣି ବଟକୃଷ୍ଣ ବାରିକ, ପଞ୍ଚାୟତିରାଜର କଳାହାଣ୍ଡି ମ. ରାମପୁର ବ୍ଲକର ପୂର୍ବତନ ଭିଏଲଡବୁ୍ଲ୍ୟ କୃଷ୍ଣମୋହନ ଦାସ , କେସିଙ୍ଗା ବ୍ଲକର ପୂର୍ବତନ ସମ୍ପାଦକ ତଥା ପିଇଓ ଅଶୋକ କୁମାର ସାହା, ଜୁନାଗଡ ବ୍ଲକର ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପଦ୍ମମୁଖ ଶବର । ସେହିପରି ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ବୌଦ୍ଧ ଜିଲା ମର୍ଷୁଣ୍ଡି ଗ୍ରାମ ପଞ୍ଚାୟତର ପୂର୍ବତନ ସମ୍ପାଦକ କିଶୋର ଚନ୍ଦ୍ର ପ୍ରଧାନ, ଜଳସମ୍ପଦ ବିଭାଗର ଖୋର୍ଦ୍ଧା ଜିଲା ବାଣପୁର ସାଳିଆ ଜଳସେଚନ ପ୍ରକଳ୍ପର ପୂର୍ବତନ ସହାୟକ ଯନ୍ତ୍ରୀ ବିଜୟ କୁମାର ସାହୁ, ଭବାନୀପାଟଣା ଆଇଟିଡିଏର ପୂର୍ବତନ କନିଷ୍ଠ ଯନ୍ତ୍ରୀ କରୁଣାକର ପଣ୍ଡା, ମୟୂରଭଞ୍ଜ କୁଲିଅଣା ବ୍ଲକ ପୂର୍ବତନ କନିଷ୍ଠ ଯନ୍ତ୍ରୀ ବୈଦ୍ୟନାଥ ମାଝି, ସାରସକଣା ବ୍ଲକ ପୂର୍ବତନ କନିଷ୍ଠ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ରାଉତ, କଳାହାଣ୍ଡି ଥୁଆମୂଳ-ରାମପୁର ଆଇଟିଡିଏର ପୂର୍ବତନ କନିଷ୍ଠ ଯନ୍ତ୍ରୀ ନିଗମାନନ୍ଦ ପଣ୍ଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚିତ୍ତରଞ୍ଜନ ଲାଲ।

ଅପରପକ୍ଷରେ ପେନସନ୍‌ ସୁବିଧା ବନ୍ଦ ହୋଇଥିବା ଦୁଇ ଅଧିକାରୀ ହେଉଛନ୍ତି ଜଳସମ୍ପଦ ବିଭାଗର କଳାହାଣ୍ଡି ଆଇଟିଡିଏର ଅବସରପ୍ରାପ୍ତ ସହାୟକ ଯନ୍ତ୍ରୀ ଅଶ୍ୱିନୀ କୁମାର ଶର୍ମା ଓ ଜଳସମ୍ପଦ ବିଭାଗର କଳାହାଣ୍ଡି ଡିଆରଡିଏର ଅବସରପ୍ରାପ୍ତ ଏପିଡି ଶଶାଙ୍କ ଶେଖର ପଟ୍ଟନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri