ନବୀନଙ୍କ ଘୋଷଣା: ବିଜେପୁରରୁ ପୁଣି ଲଢ଼ିବେ ରୀତା ସାହୁ

ଭୁବନେଶ୍ୱର,୨୮।(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଶନିବାର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ରୀତା ସାହୁଙ୍କୁ ପ୍ରାର୍ଥୀ କରାଯାଇଥିବା ନେଇ ଘୋଷଣା କରିଛନ୍ତି।

ରୀତା ବିଜେପୁରର ଲୋକପ୍ରିୟ ବିଧାୟକ ସୁବଳ ସାହୁଙ୍କ ସ୍ତ୍ରୀ। ସୁବଳଙ୍କ ପରଲୋକ ପରେ ସେ ବିଜେଡିରେ ସାମିଲ ହୋଇଥିଲେ। ୨୦୧୮ରେ ବିଜେଡି ପକ୍ଷରୁ ତାଙ୍କୁ ପ୍ରାର୍ଥୀ କରାଯାଇଥିଲା। ସେ ବିପୁଳ ଭୋଟରେ ବିଜୟୀ ମଧ୍ୟ ହୋଇଥିଲେ। ଏଣୁ ୨୦୧୯ରେ ଦଳ ତାଙ୍କୁ ବିଜେପୁରରୁ ପ୍ରାର୍ଥୀ କରିପାରେ ବୋଲି ଆଶା କରାଯାଉଥିଲା। ହେଲେ ନବୀନ ବିଜେପୁରରୁ ପ୍ରାର୍ଥୀ ହେବା ପରେ ସମସ୍ତ କଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା। ଶେଷରେ ନିର୍ବାଚନରେ ୫୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ନବୀନ ବାଜିମାତ୍‌ କରିିଥିଲେ। ମାତ୍ର ପରବର୍ତ୍ତୀ ସମୟରେ କେବଳ ହିଞ୍ଜିଳି ଆସନଟିକୁ ରଖି ସେ ବିଜେପୁରରୁ  ଇସ୍ତଫା ଦେଇଥିଲେ। ଫଳରେ ଉପନିର୍ବାଚନର ଆବଶ୍ୟକତା ପଡ଼ିଥିଲା।

ପ୍ରକାଶଯୋଗ୍ୟ, ପୂର୍ବରୁ କଂଗ୍ରେସ ପକ୍ଷରୁ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଭାଜପା ଏଯାବତ୍‌ ପ୍ରାର୍ଥୀ ଘୋଷଣା କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରଥାରୁଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୨୦।୭: ଜନ୍ମବେଦୀ ଛାଡ଼ି ବାହୁଡ଼ା ଯାତ୍ରାରେ ମହାପ୍ରଭୁ ବାହାରିଛନ୍ତି । ଚତୁର୍ଦ୍ଧାମୂର୍ତ୍ତି ଧାଡ଼ି ପହଣ୍ଡିରେ ଆସି ରଥାରୁଢ଼ ହୋଇଛନ୍ତି॥ ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ...

କମିଶନରେଟ ପୋଲିସରେ ଗଡ଼ିଲା ନୂଆ ୮ ପିସିଆର

ଭୁବନେଶ୍ୱର,୨୮।୯(ବ୍ୟୁରୋ): ନାଲ୍‌କୋ ସହାୟତାରେ ରାଜଧାନୀରେ ଗଡ଼ିଛି ଆଉ ୮ ନୂଆ ପିସିଆର। ଶୁକ୍ରବାର ସକାଳେ ପୋଲିସ କମିଶନରଙ୍କ ମୁଖ୍ୟାଳୟରେ ନାଲ୍‌କୋ ସିଏମ୍‌ଡି ତପନ କୁମାର ଚାନ୍ଦ...

ନିର୍ବନ୍ଧ ପୂର୍ବରୁ ଯୁବକଙ୍କୁ ହତ୍ୟା: ବରଯାତ୍ରୀ ଯାଇ ନିଖୋଜ ଥିଲେ

ଖୋର୍ଦ୍ଧା ଅଫିସ/ନିରାକାରପୁର,୧୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡ଼ିଆ ଗ୍ରାମର ବିକାଶ ସାହୁ(୨୯)ଙ୍କୁ ହତ୍ୟା କରାଯାଇଛି। ତାଙ୍କ ମୃତଦେହକୁ ଜଙ୍କିଆ ଥାନା ରମାବିଲି ଗ୍ରାମର...

୧୨ ଆଇକନିକ୍‌ ସ୍ଥାନ ମଧ୍ୟରେ ସୂର୍ଯ୍ୟମନ୍ଦିର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ସ୍ବଚ୍ଛ ଭାରତ ସ୍ବତନ୍ତ୍ର ସଫେଇ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥାନ ପାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଦେଶର ୧୨ଟି ଆଇକନିକ...

ଛାର୍‌ରି ଝି’ର ଚିନ୍‌ତାରେ ବୁରୁଧ୍‌ ମା’ବାପ୍‌

ଲାଠୋର, ୨୨।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କର୍ତ୍ତିଆପଡ଼ାର ବାସିନ୍‌ଦା ବୁରୁଧ୍‌ ଦମ୍ପତି ବଂଶୀଧର ସାହୁ(୬୮) ଆର ସପୁର ସାହୁ(୬୨)। ଇ...

କାମ କରି ଅର୍ଥ ପାଇନାହାନ୍ତି ପୂର୍ବତନ ସରପଞ୍ଚ: ନ୍ୟାୟ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି,ଅଗଷ୍ଟ ୧୫ରେ ସିଂହଦ୍ୱାର ଆଗରେ ଆତ୍ମାହୁତି ଧମକ

ପୁରୀ ଅଫିସ, ୪ା୮: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଓ୍ବାର୍କ ଅର୍ଡର। କାମ କଲେ ସରପଞ୍ଚ। ୧୫ଲକ୍ଷ ଟଙ୍କା ଅନୁଦାନ ମିଳିବା ପରେ ତାକୁ ହଡ଼ପ କରିନେଲେ ଭିଏଲ୍‌ଡବ୍ଲ୍ୟୁ।...

ପ୍ରେମିକାଙ୍କ ପରିବାର ଲୋକଙ୍କୁ ଗିରଫ ଦାବିରେ ରାସ୍ତାରୋକୋ

କଟକ ଅଫିସ,୪ା୩: ମଙ୍ଗଳାବାଗ ଥାନା ଅଧୀନ ମହ୍ଲାସାହିର ବିଶ୍ୱନାଥ ଭୂୟଁା(୨୫) ସୋମବାର ଅପରାହ୍ନ ୫ଟାରେ ବେକରେ ଗାମୁଛା ବାନ୍ଧି ଘରେ ଆତ୍ମହତ୍ୟା କରିଥିଲେ। ତେବେ ପ୍ରେମ...

ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରେ କରୋନାରେ ଚାଲିଗଲେ ପୁଅ  

ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ୧୧ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ଏବେ ପୁଅଙ୍କର ଦେହାନ୍ତ ହୋଇଛି। ପଦ୍ମଶ୍ରୀ...

Advertisement


Archives

Model This Week