ନବୀନ ନିବାସ ସମ୍ମୁଖରେ ଦିବ୍ୟାଙ୍ଗ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୮ା୭(ବ୍ୟୁରୋ): ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଜଣେ ଦିବ୍ୟାଙ୍ଗ ଛାତ୍ର ବୁଧବାର ନବୀନ ନିବାସ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ମାତ୍ର ସେଠାରେ ଉପସ୍ଥିତ ପୋଲିସ ଫୋର୍ସ ତାଙ୍କୁ କାବୁ କରିନେଇଥିଲେ। ତାଙ୍କୁ ପଚରାଉଚରା ପରେ ଶେଷରେ ବୁଝାଶୁଝା କରି ଘରେ ଛାଡ଼ିଥିବା ଜଣାପଡିଛି। ଛାତ୍ର ଜଣକ ହେଉଛନ୍ତି କଟକ ଜିଲା ମାହାଙ୍ଗା ମଧୁପୁର ଗ୍ରାମର ରବୀନ୍ଦ୍ର କୁମାର ଦାସ। ଅଭିଯୋଗ ଅନୁସାରେ, ୨୦୦୮ରେ ସେ ରେଭେନ୍‌ଶାରେ ଯୁକ୍ତ୨ ପରୀକ୍ଷା ଦେଇଥିଲେ। ମାତ୍ର ପରୀକ୍ଷା ଫଳ ବାହାରିବା ପରେ ସେ ସଂସ୍କୃତରେ ଫେଲ୍‌ ହୋଇଥିବା ଜାଣିବାକୁ ପାଇଲେ। ଆଡ୍‌ମିଶନ ସମୟରେ ତାଙ୍କୁ ଚତୁର୍ଥ ବା ଇଚ୍ଛାଧିନ ବିଷୟ ଭାବେ ସଂସ୍କୃତ ଦିଆଯାଇଥିଲା। କିନ୍ତୁ ସେ ତାହାକୁ ବଦଳାଇ ଏଜୁକେଶନ ରଖିଥିଲେ। ପରୀକ୍ଷା ପାଇଁ ଯେଉଁ ଆଡ୍‌ମିଟ୍‌ କାର୍ଡ ଦିଆଯାଇଥିଲା ସେଥିରେ ମଧ୍ୟ ଏଜୁକେଶନ ଉଲ୍ଲେଖ ଥିଲା। ଏହି ଅନୁଯାୟୀ ରବୀନ୍ଦ୍ର ପରୀକ୍ଷା ଦେଇଥିଲେ ମଧ୍ୟ ଏଜୁକେଶନ ବିଷୟରେ ଫଳ ବାହାରି ନ ଥିଲା। ଏନେଇ ସେ ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିବାକୁ ଯାଇଥିବାବେଳେ ତାଙ୍କୁ ଧକ୍କା ମାରି ବାହର କରିଦିଆଯାଇଥିଲା। ଶେଷରେ ସେ ହାଇକୋର୍ଟ ଓ ଖାଉଟି ଅଦାଲତଙ୍କ ଦ୍ୱାରସ୍ଥ ହୋଇଥିଲେ। ପରୀକ୍ଷା ଫଳ ପ୍ରକାଶ କରିବା ପାଇଁ ହାଇକୋର୍ଟ ୨୦୦୯ରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି କ୍ଷତିପୂରଣ ବାବଦକୁ ୧ ଲକ୍ଷ ୨ ହଜାର ଟଙ୍କା ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏଯାଏ ସିଏଚ୍‌ଏସ୍‌ଇ କର୍ତ୍ତୃପକ୍ଷ ତାଙ୍କ ଫଳ ପ୍ରକାଶ କରୁ ନ ଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏ ସଂକ୍ରାନ୍ତରେ ଅଭିଯୋଗ ମଧ୍ୟ ଆଣିଥିଲେ। ହେଲେ ଏଯାଏ କିଛି ବି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଫଳରେ ରବୀନ୍ଦ୍ର ଉଚ୍ଚ ଶିକ୍ଷା ଲାଭ କରିପାରୁ ନାହାନ୍ତି। ସେ ଦିବ୍ୟାଙ୍ଗ ହୋଇଥିବାରୁ ଜୀବନ ବେକାର ହୋଇଯାଇଛି। ନ୍ୟାୟ ପାଇଁ ସବୁଠି ନିରାଶ ହେବା ପରେ ଶେଷରେ ଆତ୍ମହତ୍ୟା ଭଳି ଚରମପନ୍ଥାକୁ ବାଛି ନେଇଥିଲେ ବୋଲି ରବୀନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri