ନବ ନିର୍ମାଣ କୃଷକ ସଙ୍ଗଠନର ଶୋଭାଯାତ୍ରା

ଜଗତ୍‌ସିଂହପୁର ଅଫିସ, ୧୭ା୧୨: ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ସୋମବାର ପୂର୍ବାହ୍ନରେ ସ୍ଥାନୀୟ ବସ୍‌ଷ୍ଟାଣ୍ଡ ନିକଟରୁ ଟାଉନ ହଲ ପର୍ଯ୍ୟନ୍ତ ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିଲା। ଏଥିରେ କାଳିଆ ଯୋଜନା ନାଁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୋଟ ହାତେଇ ପରବର୍ତ୍ତୀ ସମୟରେ ଚାଷୀଙ୍କୁ ପ୍ରତାରିତ କରିଥିବା କୁହାଯାଇଥିଲା। ତେଣୁ ତାଙ୍କ ନାଁରେ ମାମଲା ରୁଜୁ କରାଯାଉ ବୋଲି ଶୋଭାଯାତ୍ରାରେ କର୍ମୀମାନେ ଶ୍ଲୋଗାନ ଦେଇଥିଲେ। କର୍ମକର୍ତ୍ତା କହିଥିଲେ, ସାଧାରଣ ନିର୍ବାଚନ ପୂର୍ବରୁ କାଳିଆ ଯୋଜନାର ଭେଳିକି ଦେଖାଇ ବିଜେଡି ପକ୍ଷରୁ ଭୋଟ ହାତେଇବା ପାଇଁ ଷଡ଼ଯନ୍ତ୍ର କରାଯାଇଥିଲା। ଆଉ ଏଥିରେ ବିଜେଡି ସଫଳ ମଧ୍ୟ ହୋଇଥିଲା। ଚାଷୀ କିଛି ନ ବୁଝି ବିଜେଡି ସପକ୍ଷରେ ଭୋଟ ଦେଇଥିଲେ। ୩ ବର୍ଷରେ ୧୦,୧୮୦ କୋଟି ଟଙ୍କା ବିନିଯୋଗ ହେବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ ସବୁ ଘୋଷଣା ପାଣିର ଗାର ହୋଇଛି। କାଳିଆ ଯୋଜନା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସରକାରୀ ବିଜ୍ଞପ୍ତି ଦ୍ୱାରା ସେମାନଙ୍କୁ ୧୦,୧୮୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରି ମାତ୍ର ୬ ମାସ ସରକାର ଭିତରେ ଓହରିଯିବା ଠକେଇ ସଦୃଶ। ସେହିପରି ଠିକଣା ଭାବରେ କାଳିଆ ଯୋଜନାରେ ହିତାଧିକାରୀ ଚୟନ ହୋଇନାହିଁ। ଆଇନ ପ୍ରତ୍ୟେକଙ୍କ ପାଇଁ ସମାନ। ମୁଖ୍ୟମନ୍ତ୍ରୀ ରାଜ୍ୟର ୭୦ ଭାଗ ଚାଷୀଙ୍କ ପ୍ରତି ବିଶ୍ୱାସଘାତକତା କରିଥିବାରୁ ତାଙ୍କ ନାମରେ ମାମଲା ରୁଜୁ ହେବା ଉଚିତ ବୋଲି କୁହାଯାଇଥିଲା। ସଙ୍ଗଠନ ଜିଲା ଶାଖା ସଂଯୋଜକ ରଶ୍ମିରଞ୍ଜନ ସ୍ବାଇଁଙ୍କ ନେତୃତ୍ୱରେ ଶୋଭାଯାତ୍ରା ଆୟୋଜନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri