ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ

ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଥିବା ସେ ଅଭିଯୋଗ କରିଛନ୍ତି। ଶିବସେନା ମୁଖପତ୍ର ସାମନାରେ ଏନେଇ ଖବର ପ୍ରକାଶ ପାଇଛି। ଫେବୃୟାରୀ ୨୪ରେ ଅହମଦାବାଦରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗସ୍ତ ଅବସରରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ହୋଇଥିଲା। ସେତେବେଳେ ଚାଇନା ସମେତ ଅନ୍ୟ ଦେଶରେ ମଧ୍ୟ କରୋନା ସଂକ୍ରମଣ ଆରମ୍ଭ ହୋଇ ସାରିଥିଲା। ଟ୍ରମ୍ପ୍‌ଙ୍କ ସହିତ ଆସିଥିବା ସଦସ୍ୟମାନେ ଦିଲ୍ଲୀ ଏବଂ ମୁମ୍ବାଇ ମଧ୍ୟ ଆସିଥିଲେ। ଏହାଯୋଗୁ ସେସବୁ ଅଞ୍ଚଳରେ କରୋନା ସଂକ୍ରମଣ ହୋଇଥିବା ସଞ୍ଜୟ କହିଛନ୍ତି। ମାର୍ଚ୍ଚ ୨୦ରେ ଗୁଜରାଟରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ଦେଶରେ ଲକ୍‌ଡାଉନ୍‌ ବିନା ଯୋଜନାରେ ଲାଗୁ କରାଯାଇଥିଲା। କିନ୍ତୁ ଏବେ ଏହାକୁ ଉଠାଇ ନେବାର ଦାୟିତ୍ୱ ରାଜ୍ୟ ଗୁଡ଼ିକ ଉପରେ ଛାଡ଼ି ଦିଆଯାଇଛି। ଦେଶରେ ମୋଦି ସରକାରଙ୍କ ଲକ୍‌ଡାଉନ୍‌ ବିଫଳ ହୋଇଥିବା କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ସଞ୍ଜୟ ସମର୍ଥନ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri