ଭବାନୀପାଟଣା, ୬।୭ (ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲାସ୍ଥିତ ଜବାହର ନବୋଦୟ ବିଦ୍ୟାଳୟର ଅଷ୍ଠମ ଶ୍ରେଣୀ ଛାତ୍ର ସଞ୍ଜିତ ନାଏକ ଗତ ୧ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି।
ଥୁ.ରାମପୁର ବ୍ଲକ ଲୋହରାଯୋର ଗ୍ରାମର ସଞ୍ଜିତ ନର୍ଲା ନବୋଦୟ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିଲେ। ଗ୍ରୀଷ୍ମ ଛୁଟିରେ ସଞ୍ଜିତ ନିଜ ଗାଁକୁ ଯାଇଥିଲେ। ଛୁଟି ସରିବା ପରେ ଜୁନ ୩୦ ତାରିଖରେ ବଡ଼ଭାଇ ଯୁଧିଷ୍ଠିର ସାନଭାଇ ସଞ୍ଜିତକୁ ଧରି ନର୍ଲା ନବୋଦୟ ସ୍କୁଲରେ ଛାଡିଆସିଥିଲେ। ତେବେ ଜୁଲାଇ ୧ ତାରିଖରେ ସ୍କୁଲ କର୍ତ୍ତୃପକ୍ଷ ସଞ୍ଜିତ ନିଖୋଜ ଥିବା ନେଇ ଫୋନ କରି ପରିବାର ଲୋକଙ୍କୁ ଜଣାଇଥିଲେ। ପରେ ପରିବାର ଲୋକେ ସ୍କୁଲ ଅଧ୍ୟକ୍ଷଙ୍କୁ ଦେଖାକରି ସଞ୍ଜିତଙ୍କ ସମ୍ପର୍କରେ ପଚାରିବାରୁ ତାଙ୍କ ନିଖୋଜ ସମ୍ପର୍କରେ ସ୍କୁଲ ପକ୍ଷରୁ ନର୍ଲା ଥାନାରେ ଏତଲା ଦେଇଥିବା ସହ ଖୋଜାଖୋଜି ଜାରି ରଖିଥିବା ଅଧ୍ୟକ୍ଷ କହିଥିଲେ। ନର୍ଲା ଥାନାରେ ଏକ ନିଖୋଜ ମାମଲା ରୁଜୁକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ସ୍କୁଲର ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସ୍କୁଲ କର୍ମଚାରୀଙ୍କୁ ଘଟଣା ସମ୍ପର୍କରେ ପଚାରି ତଦନ୍ତ ଚଳାଉଥିବା ଥାନା ଅଧିକାରୀ ରମଣୀ ରଞ୍ଜନ ଦଳାଇ କହିଛନ୍ତି।
ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…
ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…
BA ପାସ୍ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…
ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…
ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…
ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…
ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…
ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ
ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…
Archives

